ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢିଲା ମହଙ୍ଗା ଭତ୍ତା, ଜାଣନ୍ତୁ କେତେ…

ଭୁବନେଶ୍ୱର, ୧୭।୧୧: ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ହୋଇଛି। ସମୁଦାୟ ମହଙ୍ଗା ଭତ୍ତା ୬୦ରୁ ୬୩ ପ୍ରତିଶତକୁ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପିଛିଲା ଭାବେ ୨୦୨୬ ଜୁଲାଇରୁ ଲାଗୁ ହେବ। ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ସହିତ ପେନସନଭୋଗୀଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନସନରେ ପାଇବେ। ପ୍ରାୟ ୮.୫ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।

 

Dharitri – Odisha’s No.1 Odia Daily

Share