Posted inରାଜ୍ୟ

ଗ୍ରାମ ପଞ୍ଚାୟତରେ କାମ କରୁଥିବା କାରିଗରମାନଙ୍କ ପାରିଶ୍ରମିକ ବୃଦ୍ଧି କଲେ ସରକାର, ମିଳିବ ୬୫୦୦ ଟଙ୍କା

ଭୁବନେଶ୍ୱର,୨୩।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗରମାନଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ। ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର ଉପକୃତ ହେବେ।

ସୂଚନାଯୋଗ୍ୟ ଯେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରୁ ସ୍ବାବଲମ୍ବୀ କାରିଗର ଏବଂ ପ୍ରତିନିଧି ମାନଙ୍କ ଠାରୁ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଆସିଥିଲା। ୫ଟି ଅଧ୍ୟକ୍ଷ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି।

ରାଜ୍ୟର ସମସ୍ତ ଗ୍ରାମକୁ ନିୟମିତ ସ୍ଵଚ୍ଛ ପାନୀୟ ଜଳ ଯୋଗାଇବା ତଥା ଜଳକଷ୍ଟ ଦୂର କରିବା ପାଇଁ ଗ୍ରାମ ପଞ୍ଚାୟତ ମାନଙ୍କରେ ଦୁଇ ଜଣ ଲେଖାଏଁ ସ୍ବାବଲମ୍ବୀ କାରିଗର ନିୟୋଜିତ ଅଛନ୍ତି ଏବଂ ଏମାନେ ପାଇପ ଜଳ ଯୋଗାଣ, ରକ୍ଷଣାବେକ୍ଷଣ ତଥା ଟ୍ୟୁବୱେଲ ମରାମତି ପାଇଁ ନିରନ୍ତର ସେବା ଯୋଗାଇ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri