ଏଚଏମପିଭି ଭୁତାଣୁ ନେଇ ପରାମର୍ଶ ଜାରି କଲେ ଓଡିଶା ସରକାର

ଭୁବନେଶ୍ୱର,୬।୧: ଭାରତ ସରକାରଙ୍କ ଆଇଡିଏସପି-ଏନସିଡିସି (Integrated Disease Surveillance Programme – National Centre for Disease Cantrol) (IDSP – NCDC) ଦ୍ୱାରା ଏଚଏମପିଭି ଭୁତାଣୁ ନେଇ ଜାରି କରାଯାଇଥିବା ପ୍ରେସ ବାର୍ତ୍ତା ଜନସାଧାରଣଙ୍କ ଅବଗତି ଏବଂ ବ୍ୟାପକ ସଚେତନତା ନିମନ୍ତେ ଓଡିଶା ସରକାର ସୂଚନା ଜାରି କରିଛନ୍ତି।

ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ରୋଗର ଚିହ୍ନଟ ଓ ନିରାକରଣ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛି। ଏହି ରୋଗକୁ ନେଇ ଜନସାଧାରଣ ଭୟଭୀତ ବା ଆତଙ୍କିତ ହେବାର କୌଣସି କାରଣ ନାହିଁ। ସଚେତନ ରୁହନ୍ତୁ-ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି।

ଏଥିସହିତ ଏଚଏମପିଭିକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ, ସ୍ବାସ୍ଥ୍ୟ ନିର୍ଦ୍ଦେଶକ, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସାମିଲ ହେବାକୁକୁହାଯାଇଥିଲା ବେଳେ କେହି ଭୟଭୀତ ନ ହୋଇ ସଚେତନ ରହିବାକୁ ପରାମର୍ଶ ଦିଆଯାଇଛି।

କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ ଆସିଛି। କୋଲକାତାରେ ୬ ମାସର ଶିଶୁ ଶରୀରରେ ଏଚଏମପିଭି ଚିହ୍ନଟ ହୋଇଛି। ଗତ ନଭେମ୍ବରରେ ଚିହ୍ନଟ ପରେ ହସ୍ପିଟାଲରେ ସୁସ୍ଥ ଥିବା ସୂଚନା ମିଳିଛି। ଏହାକୁ ମିଶାଇ ଏଚଏମପିଭି ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି।

ଏହି ଜୀବାଣୁ ଚାଇନାରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏଭଳି ପରିସ୍ଥିତିରେ ଭାରତରେ ଚାରୋଟି ମାମଲା ସାମ୍ନାକୁ ଆସିବା ପରେ ଲୋକମାନେ ଚିନ୍ତିତ ଅଛନ୍ତି। ଉଭୟ ଶିଶୁଙ୍କର କୌଣସି ଆନ୍ତର୍ଜାତୀୟ ଭ୍ରମଣ ଇତିହାସ ନାହିଁ, ତେବେ ଦୁହେଁ କିପରି ଏହି ଜୀବାଣୁ ଦ୍ୱାରା ସଂକ୍ରମିତ ହେଲେ, ଏହି ପ୍ରଶ୍ନ ସମସ୍ତଙ୍କ ମନରେ। ତେବେ ଚାଇନାରେ ଦ୍ରୁତ ଗତିରେ ବ୍ୟାପୁଥିବା ଏହି ଦୁଇଟି ମାମଲା ଏଚଏମପିଭିର ସମାନ ଷ୍ଟ୍ରେନ୍ ସହିତ ଅଛି କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri