ରାଜ୍ୟ ସରକାର କଲେ ବଡ଼ ଘୋଷଣା: ଏହିଦିନ ମଧ୍ୟରେ ବିକ୍ରି କରିଦିଅନ୍ତୁ ଧାନ…

ଭୁବନେଶ୍ୱର,୨୫ା୨: ରାଜ୍ୟରେ ସରକାରଙ୍କ ପକ୍ଷରୁ ଧାନ କିଣା ଜାରି ରହିଛି। ଏହାରି ମଧ୍ୟରେ ସରକାର ସମୟସୀମା ଧାର୍ଯ୍ୟ କରିଛନ୍ତି। ଆସନ୍ତା ମାର୍ଚ୍ଚ ୩୧ ଡେଡ୍ ଲାଇନ୍ ଧାର୍ଯ୍ୟ କରିଛନ୍ତି ସରକାର। ମଙ୍ଗଳବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଦେଇଥିବା ସୂଚନା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୬୫ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ କରିସାରିଛନ୍ତି।

ପୂର୍ବରୁ ଚଳିତ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଲକ୍ଷ୍ୟକୁ ୬୫ ଲକ୍ଷ ମେଟ୍ରିକ୍ ଟନ୍ ରୁ ୭୭ ଲକ୍ଷ ମେଟ୍ରିକ୍ ଟନ୍ କୁ ବୃଦ୍ଧି କରିଥିଲେ ରାଜ୍ୟ ସରକାର। ଚଳିତ ବର୍ଷ, କ୍ରୟ ସମୟରେ ଚାଷୀଙ୍କ ସ୍ୱାର୍ଥକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇ ମଣ୍ଡିଗୁଡ଼ିକରେ ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଛି। ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି, ମଣ୍ଡିଗୁଡ଼ିକରେ ସିସିଟିଭି ବ୍ୟବସ୍ଥା ସହିତ ୩୮୮୩ ଜଣ ନୋଡାଲ୍ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଏହା ସହିତ, ବାହାର ଧାନ ଯାନଗୁଡ଼ିକ ଉପରେ କଡ଼ା ନଜର ରଖିବା ପାଇଁ ୨୧୭ଟି ଏନଫୋର୍ସମେଣ୍ଟ ସ୍କ୍ବାଡ୍ ଗଠନ କରାଯାଇଛି।

ଓଡ଼ିଶା ରାଜ୍ୟ ନାଗରିକ ଯୋଗାଣ ନିଗମର କମାଣ୍ଡ ନିୟନ୍ତ୍ରଣ କେନ୍ଦ୍ର ମାଧ୍ୟମରେ ଟୋକନ୍, ଇନପୁଟ୍ ସହାୟତା, ଚାଷୀଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ ସମେତ ଧାନ ବିକ୍ରୟ ସମ୍ପର୍କିତ ବିଭିନ୍ନ ଅଭିଯୋଗଗୁଡ଼ିକର ଶୀଘ୍ର ସମାଧାନ କରାଯାଉଛି। ଟୋଲ୍ ଫି ନଂ.୧୯୬୭ ମାଧ୍ୟମରେ ୪ ଲକ୍ଷ ୧୫ ହଜାର ୨୬୭ କଲ୍ ଗ୍ରହଣ କରାଯାଇଛି ଏବଂ ସମାଧାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri