କେନ୍ଦ୍ର ବଜେଟ୍‌ ପାଇଁ ପ୍ରସ୍ତାବ ଦାଖଲ କଲେ ଓଡ଼ିଶା ସରକାର, ରହିଛି ଏସବୁ ଦାବି…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୨ା୬: ଶନିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍‌-ବଜେଟ୍‌ ପରାମର୍ଶ ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିଲେ। ଆଗାମୀ କେନ୍ଦ୍ର ବଜେଟ୍‌ ୨୦୨୪-୨୫ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ ଉପମୁଖ୍ୟମନ୍ତ୍ରୀଙ୍କ ସହ ଏହି ବୈଠକରେ ଯୋଗ ଦେଇଥିଲେ।

ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର ବଜେଟ ୨୦୨୪-୨୫ରେ ଉପଯୁକ୍ତ ପଦକ୍ଷେପ ନିମନ୍ତେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ଦାଖଲ କରାଯାଇଥିଲା।

ସେଗୁଡ଼ିକ ହେଲା …

ଓଡ଼ିଶାରେ ଅନ୍ତର୍ଜାତୀୟ ନିବେଶ, ସେମିକଣ୍ଡକ୍ଟର ଶିଳ୍ପକୁ ଆକର୍ଷିତ କରିବା ସହ ଓଡ଼ିଶାକୁ ଏକ ନିବେଶ କେନ୍ଦ୍ର ଭାବରେ ଉପଯୁକ୍ତ ପ୍ରୋତ୍ସାହନ ଏବଂ ପାରାଦୀପ ବନ୍ଦରର ସମ୍ପ୍ରସାରଣ ନିମନ୍ତେ କେନ୍ଦ୍ର ସରକାରଙ୍କ ବିଶେଷ ସହାୟତା।

ଭିତ୍ତିଭୂମି ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ସ୍ବତନ୍ତ୍ର ସହାୟତା ଯୋଜନା ୨୦୨୪-୨୫(ଏସ୍‌ଏସିଆଇ) ଅଧୀନରେ ରାଜ୍ୟକୁ ଅଧିକ ଆବଣ୍ଟନ।

କେନ୍ଦ୍ର ବଜେଟ୍‌ରେ ସିଏସ୍‌ଏସ୍‌ ଯୋଜନା ଅଧୀନରେ ରାଜ୍ୟଓ୍ବାରି ବାର୍ଷିକ ଆବଣ୍ଟନର ଅଗ୍ରୀମ ସୂଚନା, ଯାହା ରାଜ୍ୟଗୁଡ଼ିକୁ ସେମାନଙ୍କର ବଜେଟକୁ ବାସ୍ତବ ଭିତ୍ତିରେ ପ୍ରସ୍ତୁତ ଏବଂ ପାଣ୍ଠିର ସମୟାନୁବର୍ତ୍ତୀ ଉପଯୋଗ କରିବାରେ ସହାୟକ ହେବ।

ଓଡ଼ିଶାର ସମ୍ବଲପୁରଠାରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ବଜେଟ୍‌, ୨୦୨୪-୨୫ରେ ଉପଯୁକ୍ତ ବ୍ୟବସ୍ଥା।

ଓଡ଼ିଶାରେ ଜାତୀୟ ରାଜପଥ, ବିଶେଷକରି କୋଷ୍ଟାଲ ହାଇଓ୍ବେ ଏବଂ କ୍ୟାପିଟାଲ ରିଜିଅନ ରିଙ୍ଗ ରୋଡ୍‌ (ସିଆର୍‌ଆର୍‌ଆର୍‌) ପ୍ରକଳ୍ପର ଶୀଘ୍ର ସମାପ୍ତି ନିମନ୍ତେ ଉପଯୁକ୍ତ ପଦକ୍ଷେପ।

ସୁଭଦ୍ରା ଯୋଜନା ମାଧ୍ୟମରେ ମହିଳା ସଶକ୍ତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆଂଶିକ ସହାୟତା।
ପିଏମ୍‌ଏଓ୍ବାଇ ଯୋଜନା ଅଧୀନରେ ଓଡ଼ିଶାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ପାଇଁ ଅତି କମ୍‌ରେ ୫ ଲକ୍ଷ ଘର ନିର୍ମାଣ ନିମନ୍ତେ କେନ୍ଦ୍ର ବଜେଟ୍‌ରେ ଆବଶ୍ୟକୀୟ ଆବଣ୍ଟନ।

ଓଡ଼ିଶାରେ ନୂତନ ସହରର ବିକାଶ ଏବଂ ଦ୍ରୁତ ସହରୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସହାୟତା ଏବଂ ଓ ବିଦ୍ୟୁତ୍‌ କ୍ଷେତ୍ର ସମସ୍ୟାର ସମାଧାନ ନିମନ୍ତେ, ସଂଶୋଧିତ ବିତରଣ ସେକ୍ଟର ସ୍କିମ୍‌ (ଆର୍‌ଡିଏସ୍‌ଏସ୍‌) ଅଧୀନରେ ଓଡ଼ିଶା ବିଦ୍ୟୁତ ବିତରଣ ସଂସ୍ଥା (ଡିଆଇଏସ୍‌ସିଓଏମ୍‌)ଗୁଡ଼ିକୁ ଅନ୍ତର୍ଭୁକ୍ତ କରିବା, ସବୁଜ ହାଇଡ୍ରୋଜେନ ଭଳି ନୂତନ ପ୍ରଯୁକ୍ତିବିଦ୍ୟା ପାଇଁ ଆର୍ଥିକ ସହାୟତା ଏବଂ ଓଡ଼ିଶାରେ ଗ୍ରୀନ ଏନର୍ଜି କରିଡର ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ଅର୍ଥ ପ୍ରଦାନ ଆବଶ୍ୟକ ଅଟେ।
ତେବେ ଅର୍ଥମନ୍ତ୍ରୀ ଉପସ୍ଥାପିତ ସମସ୍ତ ଦାବି ଏବଂ ପରାମର୍ଶଗୁଡ଼ିକ ଅନୁଧ୍ୟାନ କରି ଉପଯୁକ୍ତ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri