Posted inରାଜ୍ୟ

ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି: ଚଳିତ ବର୍ଷ କିଣାଯିବ ଏତିକି କୁଇଣ୍ଟାଲ ଧାନ

ଭୁବନେଶ୍ୱର,୨୩।୧୦: ଖରିଫ ବିପଣନ ବର୍ଷ (ଧାନ ସଂଗ୍ରହ ବର୍ଷ), ୨୦୨୪-୨୫ ଅକ୍ଟୋବର ୧, ୨୦୨୪ ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୩୦, ୨୦୨୫ ରେ ସମାପ୍ତ ହେବ। ଏହି ବର୍ଷ ବ୍ୟାପୀ ଅବଧି ମଧ୍ୟରେ ରାଜ୍ୟ ସରକାର ଖରିଫ ଓ ରବି ଋତୁ ପାଇଁ ପୃଥକ ଭାବରେ ଧାନ ସଂଗ୍ରହ କରିବେ । ସର୍ବନିମ୍ନ ସହାୟକ ରାଶି ପ୍ରଦାନ କରି ପଞ୍ଜିକୃତ ଚାଷୀଙ୍କ ଠାରୁ ଧାନ ସଂଗ୍ରହ କରାଯିବ ଏବଂ ନିଯୁକ୍ତିପ୍ରାପ୍ତ କଷ୍ଟମ ମିଲରମାନଙ୍କ ଦ୍ବାରା ଏହି ଧାନକୁ ମିଲିଂ କରାଯାଇ ସମତୁଲ୍ୟ ଚାଉଳ ସଂଗ୍ରହ କରାଯିବ ।

ସଂଗୃହିତ ଚାଉଳକୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଏବଂ ଅନ୍ୟାନ୍ୟ କଲ୍ୟାଣକାରୀ ଯୋଜନାର ଆବଶ୍ୟକତା ପୂରଣ ପାଇଁ ବ୍ୟବହାର କରାଯିବ । ବଳକା ଚାଉଳକୁ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ)ଙ୍କୁ ପ୍ରଦାନ କରାଯିବ । ଭାରତୀୟ ଖାଦ୍ୟ ନିଗମ ସଂଗୃହୀତ ବଳକା ଚାଉଳକୁ ନିଅଣ୍ଟିଆ ରାଜ୍ୟମାନଙ୍କୁ ପ୍ରେରଣ କରିଥାନ୍ତି।

ଧାନ ଓ ଚାଉଳ ସଂଗ୍ରହ ପରିଚାଳନା ସମ୍ପର୍କିତ ସମସ୍ତ ପ୍ରକ୍ରିୟାକୁ ସୁପରିଚାଳନା କରିବା ପାଇଁ “ଖାଦ୍ୟ ଓ ଧାନ ସଂଗ୍ରହଣ ନୀତି, ୨୦୨୪-୨୫” କୁ ମାନ୍ୟବର କ୍ୟାବିନେଟ୍ ମଞ୍ଜୁରି ପ୍ରଦାନ କରିଛନ୍ତି । ଖରିଫ ବିପଣନ ବର୍ଷ ୨୦୨୪-୨୫ ପାଇଁ ଅନ୍ତତଃ ୫୪ ଲକ୍ଷ ମେଟ୍ରିକ୍ ଟନର ଚାଉଳ ସଂଗ୍ରହ କରାଯିବ ଧାନ ହିସାବରେ ଏହା ପ୍ରାୟ ୮୦ ଲକ୍ଷ ମେଟ୍ରିକ୍ ଟନ ହେବ । ଖରିଫ ଓ ରବିରେ ଧାନ ସଂଗ୍ରହର ଧାର୍ଯ୍ୟ ଲକ୍ଷ୍ୟ ଯଥାକ୍ରମେ ୬୬ ଲକ୍ଷ ଓ ୧୪ ଲକ୍ଷ ମେଟ୍ରିକ୍ ଟନ ରହିବ । ଏହା ଠାରୁ ଅଧିକ ଧାନ ଯଦି ପଞ୍ଜିକୃତ ଚାଷୀଙ୍କଠାରୁ ମଣ୍ଡିକୁ ଆସିବ, ତାହା ମଧ୍ୟ ରାଜ୍ୟ ସରକାର କ୍ରୟ କରିବେ । ତେବେ ଯଦି ଦରକାର ହୁଏ, ଧାନ କ୍ରୟ ଧାର୍ଯ୍ୟ ଲକ୍ଷର ପରିମାଣକୁ ପରିବର୍ତନ କରିପାରିବେ ।

ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ନଭେମ୍ବର, ୨୦୨୪ ରୁ ମାର୍ଚ୍ଚ ୨୦୨୫ ମଧ୍ୟରେ ଖରିଫ ଧାନ ସଂଗ୍ରହ କରାଯିବ। ରବି ଧାନ ମେ,୨୦୨୫ ରୁ ଜୁନ, ୨୦୨୫ ମଧ୍ୟରେ ସଂଗ୍ରହ କରାଯିବ। ଏହି ବିସ୍ତାରିତ ସମୟସୀମା ମଧ୍ୟରେ ଜିଲାମାନେ ସେମାନଙ୍କର ଧାନ ସଂଗ୍ରହର ଅବଧି ନିର୍ଭୟ କରିବେ ।

ତେବେ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ କେବଳ ପଞ୍ଜିକୃତ ଚାଷୀମାନଙ୍କ ଠାରୁ ସେମାନଙ୍କର ବଳକା ଧାନ ସଂଗ୍ରହ କରାଯିବ । ସରକାରଙ୍କୁ ଧାନ ବିକ୍ରି ପାଇଁ ‘ଆଧାର’ ହେବ ଏକ ମାତ୍ର ପରିଚୟ ପତ୍ର । ଧାନ ବିକ୍ରୟ ସମୟରେ ‘ଆଧାର’ ମାଧ୍ୟମରେ ପଞ୍ଜିକୃତ ଚାଷୀଙ୍କ ବାୟୋମେଟ୍ରିକ୍ ଚିହ୍ନଟୀକରଣ ପ୍ରକ୍ରିୟା ଅବଲମ୍ୱନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?