ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟରେ ଚାଲୁଥିବା ସମସ୍ତ ବ୍ୟାଟେରୀ ଚାଳିତ, ମେଥାନଲ୍ ଏବଂ ଇଥାନଲ୍ ଇନ୍ଧନ ଚାଳିତ ପରିବହନ ଯାନ ଗୁଡ଼ିକୁ ପରମିଟ୍ ଫି’ ଛାଡ କରାଯିବ । ଏହି ନିୟମ ଅଧୀନରେ ଯୋଗ୍ୟ ଗାଡ଼ିଗୁଡ଼ିକୁ ପରିବହନ କର୍ତ୍ତୃପକ୍ଷଙ୍କ ଦ୍ୱାରା ବିନା କୌଣସି ପରମିଟ୍ ଦେୟରେ ଉପଯୁକ୍ତ ପରମିଟ୍ ପ୍ରଦାନ କରାଯିବ । ତେବେ ୩୦୦୦ କିଲୋଗ୍ରାମରୁ କମ୍ GVW ଥିବା ମାଲ୍ ପରିବହନ ଗାଡ଼ିଗୁଡ଼ିକ ଏହି ଫି’ ଛାଡ଼ ବ୍ୟବସ୍ଥାରୁ ବାଦ୍ ପଡ଼ିବେ ।

ମୋଟର ଯାନ ଅଧିନିୟମ, ୧୯୮୮ର ନିୟମାବଳୀ ଅନୁଯାୟୀ ଏହି ସମସ୍ତ ଯାନ ପାଇଁ ପରମିଟ୍ ନେବା ବାଧ୍ୟତାମୂଳକ ରହିବ, କିନ୍ତୁ ଏଥିପାଇଁ କୌଣସି ପରମିଟ୍ ଫି’ ଦେବାକୁ ପଡ଼ିବ ନାହିଁ । ଏହା ସହିତ ଗାଡ଼ିଗୁଡ଼ିକର ବୈଧ ପଞ୍ଜୀକରଣ, ବୀମା, ଫିଟନେସ୍ ପ୍ରମାଣପତ୍ର, ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ଏବଂ ଅନ୍ୟାନ୍ୟ ସରକାରୀ ଟିକସ ପୈଠ ଭଳି ସମସ୍ତ ପ୍ରଚଳିତ ନିୟମ ପାଳନ କରିବା ସମାନ ଭାବେ ଆବଶ୍ୟକ । ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ରାଜ୍ୟରେ ବୈଦ୍ୟୁତିକ ଗାଡ଼ିର ବ୍ୟବହାର ବୃଦ୍ଧି ପାଇବ ଏବଂ ପ୍ରଦୂଷଣ ନିୟନ୍ତ୍ରଣ ଦିଗରେ ଏହା ବେଶ୍ ସହାୟକ ହେବା ନେଇ ଆଶା ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?