‘୨ଠ୨୪ ମଧ୍ୟରେ ମାଲକାନଗିରି ବିମାନବନ୍ଦର କାର୍ଯ୍ୟକ୍ଷମ କର’

ଭୁବନେଶ୍ୱର, ୯ା୩(ବ୍ୟୁରୋ): ମାଲକାନଗିରିଠାରେ ନୂଆ ବିମାନବନ୍ଦର ନିର୍ମାଣ କାର୍ଯ୍ୟ ଶେଷ କରି ୨ଠ୨୪ ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଲୋକସେବା ଭବନରୁ ଡିଜିଟାଲ୍‌ ମୋଡ୍‌ରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ମାଲକାନଗିରି ବିମାନବନ୍ଦରର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ବାଣିଜ୍ୟ ଓ ପରିବହନ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ବୈଠକରେ ସବିଶେଷ ତଥ୍ୟ ପ୍ରଦାନ କରିଥିଲେ। ୨ଠ୨୪ ଜାନୁୟାରୀ ସୁଦ୍ଧା ଷ୍ଟେଟ୍‌ ପ୍ଲେନ୍‌ (ରାଜ୍ୟ ବିମାନ)ଗୁଡ଼ିକ ପାଇଁ ଏହାକୁ କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ମୁଖ୍ୟାଳୟରୁ ଯେହେତୁ ମାଲକାନଗିରି ଜିଲା ବହୁ ଦୂରରେ ରହିଛି, ଏହି ବିମାନବନ୍ଦର ହେବା ଦ୍ୱାରା ଗୁଣାତ୍ମକ ଶିକ୍ଷା ଏବଂ ସ୍ବାସ୍ଥ୍ୟସେବାରେ ଉନ୍ନତି ଆସିପାରିବ। ଏହାଛଡ଼ା ଜିଲାରେ ଅର୍ଥନୈତିକ ଏବଂ ବ୍ୟବସାୟିକ କାର୍ଯ୍ୟକଳାପ ବୃଦ୍ଧି ହେବ। ଚାହିଦା ବଢ଼ିଲେ ଏହାର ସମ୍ପ୍ରସାରଣ କରାଯିବ। ସେହିପରି ସେଠୀ କହିଥିଲେ, ବର୍ତ୍ତମାନ ପରିସ୍ଥିତିରେ ମାଲକାନଗିରି ଏୟାରଫିଲ୍ଡକୁ ୨ବି କାଟେଗୋରି ବିମାନବନ୍ଦର ଭାବେ ବିକଶିତ କରାଯାଇପାରିବ। ଏବେ ସୁଦ୍ଧା ଜମି ଅଧିଗ୍ରହଣ ଶେଷ ହୋଇଛି। ପ୍ରାୟ ୨୯ କୋଟିର ଏହି ପ୍ରକଳ୍ପ ପାଇଁ ପ୍ରଶାସନିକ ଅନୁମୋଦନ ମିଳିସାରିଛି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୭୪ ଏକର ସରକାରୀ ଜମି, ୧୨୬ ଏକର ଘରୋଇ ଜମି ଏବଂ ୩୩ ଏକର ଜଙ୍ଗଲ ଜମି ଅନ୍ତର୍ଭୁକ୍ତ ରହିଛି। ୭୪ ଏକର ସରକାରୀ ଜମି ହସ୍ତାନ୍ତରଣ କାର୍ଯ୍ୟ ସମାପ୍ତ ହୋଇଛି। ଷ୍ଟେଜ୍‌-୧ ଜଙ୍ଗଲ ମଞ୍ଜୁରୀପ୍ରାପ୍ତ ହୋଇଛି। ଭାରତୀୟ ବିମାନବନ୍ଦର କର୍ତ୍ତୃପକ୍ଷ (ଏଏଆଇ) ଦ୍ୱାରା ଅବ୍‌ଷ୍ଟାକଲ ଲିମିଟେଶନ୍‌ ସର୍ଫେସ୍‌ (ଓଏଲ୍‌ଏସ୍‌) ସର୍ଭେ କରାଯାଇଛି। ସ୍ଥାନାନ୍ତରଣ ଆବଶ୍ୟକ ଥିବା ପ୍ରାୟ ୫୪ ପରିବାରକୁ ଗ୍ରାମୀଣ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ସେମାନଙ୍କ ଘର ନିର୍ମାଣ ଶେଷ ହୋଇଛି।
ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ୨ଟି ଏକ୍‌ଜିଷ୍ଟିଙ୍ଗ୍‌ ରୋଡ୍‌କୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ୨ଠ୨୨ ଜୁନ୍‌ ସୁଦ୍ଧା ଟାଟା ପାୱାର ସଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଏସ୍‌ଓଡିଏଲ୍‌) ବିଦ୍ୟୁତ୍‌ ଲାଇନ୍‌ ସ୍ଥାନାନ୍ତର କରିବାକୁ କୁହାଯାଇଛି। ତୁରନ୍ତ ଡିପିଆର ପ୍ରସ୍ତୁତ ସହ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିବାକୁ ମୁଖ୍ୟ ସଚିବ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ମୋନା ଶର୍ମା, ଅର୍ଥ ବିଭାଗ ପ୍ରମୁଖ ସଚିବ ବିଶାଳ ଦେବ, ଆଇଟି ସଚିବ ମନୋଜ ମିଶ୍ରଙ୍କ ସମେତ ବିମାନ ବନ୍ଦର ପ୍ରାଧିକରଣର ବରିଷ୍ଠ ଅଧିକାରୀ ଏବଂ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?