‘୨ଠ୨୪ ମଧ୍ୟରେ ମାଲକାନଗିରି ବିମାନବନ୍ଦର କାର୍ଯ୍ୟକ୍ଷମ କର’

ଭୁବନେଶ୍ୱର, ୯ା୩(ବ୍ୟୁରୋ): ମାଲକାନଗିରିଠାରେ ନୂଆ ବିମାନବନ୍ଦର ନିର୍ମାଣ କାର୍ଯ୍ୟ ଶେଷ କରି ୨ଠ୨୪ ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଲୋକସେବା ଭବନରୁ ଡିଜିଟାଲ୍‌ ମୋଡ୍‌ରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ମାଲକାନଗିରି ବିମାନବନ୍ଦରର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ବାଣିଜ୍ୟ ଓ ପରିବହନ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ବୈଠକରେ ସବିଶେଷ ତଥ୍ୟ ପ୍ରଦାନ କରିଥିଲେ। ୨ଠ୨୪ ଜାନୁୟାରୀ ସୁଦ୍ଧା ଷ୍ଟେଟ୍‌ ପ୍ଲେନ୍‌ (ରାଜ୍ୟ ବିମାନ)ଗୁଡ଼ିକ ପାଇଁ ଏହାକୁ କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ମୁଖ୍ୟାଳୟରୁ ଯେହେତୁ ମାଲକାନଗିରି ଜିଲା ବହୁ ଦୂରରେ ରହିଛି, ଏହି ବିମାନବନ୍ଦର ହେବା ଦ୍ୱାରା ଗୁଣାତ୍ମକ ଶିକ୍ଷା ଏବଂ ସ୍ବାସ୍ଥ୍ୟସେବାରେ ଉନ୍ନତି ଆସିପାରିବ। ଏହାଛଡ଼ା ଜିଲାରେ ଅର୍ଥନୈତିକ ଏବଂ ବ୍ୟବସାୟିକ କାର୍ଯ୍ୟକଳାପ ବୃଦ୍ଧି ହେବ। ଚାହିଦା ବଢ଼ିଲେ ଏହାର ସମ୍ପ୍ରସାରଣ କରାଯିବ। ସେହିପରି ସେଠୀ କହିଥିଲେ, ବର୍ତ୍ତମାନ ପରିସ୍ଥିତିରେ ମାଲକାନଗିରି ଏୟାରଫିଲ୍ଡକୁ ୨ବି କାଟେଗୋରି ବିମାନବନ୍ଦର ଭାବେ ବିକଶିତ କରାଯାଇପାରିବ। ଏବେ ସୁଦ୍ଧା ଜମି ଅଧିଗ୍ରହଣ ଶେଷ ହୋଇଛି। ପ୍ରାୟ ୨୯ କୋଟିର ଏହି ପ୍ରକଳ୍ପ ପାଇଁ ପ୍ରଶାସନିକ ଅନୁମୋଦନ ମିଳିସାରିଛି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୭୪ ଏକର ସରକାରୀ ଜମି, ୧୨୬ ଏକର ଘରୋଇ ଜମି ଏବଂ ୩୩ ଏକର ଜଙ୍ଗଲ ଜମି ଅନ୍ତର୍ଭୁକ୍ତ ରହିଛି। ୭୪ ଏକର ସରକାରୀ ଜମି ହସ୍ତାନ୍ତରଣ କାର୍ଯ୍ୟ ସମାପ୍ତ ହୋଇଛି। ଷ୍ଟେଜ୍‌-୧ ଜଙ୍ଗଲ ମଞ୍ଜୁରୀପ୍ରାପ୍ତ ହୋଇଛି। ଭାରତୀୟ ବିମାନବନ୍ଦର କର୍ତ୍ତୃପକ୍ଷ (ଏଏଆଇ) ଦ୍ୱାରା ଅବ୍‌ଷ୍ଟାକଲ ଲିମିଟେଶନ୍‌ ସର୍ଫେସ୍‌ (ଓଏଲ୍‌ଏସ୍‌) ସର୍ଭେ କରାଯାଇଛି। ସ୍ଥାନାନ୍ତରଣ ଆବଶ୍ୟକ ଥିବା ପ୍ରାୟ ୫୪ ପରିବାରକୁ ଗ୍ରାମୀଣ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ସେମାନଙ୍କ ଘର ନିର୍ମାଣ ଶେଷ ହୋଇଛି।
ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ୨ଟି ଏକ୍‌ଜିଷ୍ଟିଙ୍ଗ୍‌ ରୋଡ୍‌କୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ୨ଠ୨୨ ଜୁନ୍‌ ସୁଦ୍ଧା ଟାଟା ପାୱାର ସଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଏସ୍‌ଓଡିଏଲ୍‌) ବିଦ୍ୟୁତ୍‌ ଲାଇନ୍‌ ସ୍ଥାନାନ୍ତର କରିବାକୁ କୁହାଯାଇଛି। ତୁରନ୍ତ ଡିପିଆର ପ୍ରସ୍ତୁତ ସହ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିବାକୁ ମୁଖ୍ୟ ସଚିବ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ମୋନା ଶର୍ମା, ଅର୍ଥ ବିଭାଗ ପ୍ରମୁଖ ସଚିବ ବିଶାଳ ଦେବ, ଆଇଟି ସଚିବ ମନୋଜ ମିଶ୍ରଙ୍କ ସମେତ ବିମାନ ବନ୍ଦର ପ୍ରାଧିକରଣର ବରିଷ୍ଠ ଅଧିକାରୀ ଏବଂ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri