ନିଯୁକ୍ତି ପ୍ରକ୍ରିୟା ସ୍ୱଚ୍ଛ, ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ଆଣିବେ ସ୍ୱତନ୍ତ୍ର ଆଇନ୍‌, ଖାଲି ରହିଛି ୧ ଲକ୍ଷ ୩୨ ହଜାର ୪୫୯ ପଦବୀ

ଭୁବନେଶ୍ୱର,୧୧।୯: ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍‌ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭାରେ ଆଜି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଆସନ୍ତା ୫ ବର୍ଷ ଭିତରେ ୧ ଲକ୍ଷ ୫୦ ହଜାର ପଦବୀ ପୂରଣ ପାଇଁ ପ୍ରତିଶ୍ରୁତିବଦ୍ଧ।

ସେହିପରି ଆସନ୍ତା ୨ ବର୍ଷ ମଧ୍ୟରେ ସରକାର ୬୫ ହଜାର ପଦବୀ ପୂରଣ କରିବେ। ଖାଲି ପଡିଥିବା ମୋଟ୍‌ ୩୪ ହଜାର ୬୮୬ ଖାଲି ପଦବୀକୁ ଆସନ୍ତା ଡିସେମ୍ବର ସୁଦ୍ଧା ପୂରଣ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି। ଚଳିତମାସ ଶେଷ ସୁଦ୍ଧା ସ୍କୁଲ ଓ ଗଣଶିକ୍ଷା ବିଭାଗର ସର୍ବାଧିକ ଖାଲି ପଡିଥିବା ୨୧ ହଜାର ୯୭୯ ପଦବୀ ପୂରଣ କରାଯିବ ବୋଲି ମନ୍ତ୍ରୀ ଗୃହରେ କହିଛନ୍ତି।

ଚଳିତ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଗୃହରେ ଦେଇଥିବା ତଥ୍ୟ ଅନୁଯାୟୀ ସ୍କୁଲ୍ ଏବଂ ଗଣଶିକ୍ଷା ବିଭାଗରେ ସର୍ବାଧିକ ୬୩,୪୦୫ ପଦବୀ ଖାଲି ରହିଥିବା ବେଳେ ଏହା ପଛକୁ ସ୍ୱାସ୍ଥ୍ୟ ବିଭାଗରେ ୩୯,୧୨୭ ପଦବୀ ଖାଲି ରହିଛି।

ସେହିଭଳି ଗୃହ ବିଭାଗରେ ୧୯,୮୮୯, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗରେ ୧,୩୫୬୭, ରାଜସ୍ବ ଏବଂ ବିପର୍ୟ୍ୟୟ ପରିଚାଳନା ବିଭାଗରେ ୧୧,୮୧୦, ଆଇନ ବିଭାଗରେ ୨,୯୭୩, ଅର୍ଥ ବିଭାଗରେ ୩,୧୦୧, ବାଣିଜ୍ୟ ଏବଂ ପରିବହନ(ବ୍ୟାପାର) ବିଭାଗରେ ୧୩୯୧, ପୂର୍ତ୍ତ ବିଭାଗରେ ୪୪୦୫, ଓଡ଼ିଶା ବିଧାନସଭାରେ ୨୬୩, ଖାଦ୍ୟ ଯୋଗାଣ ଏବଂ ଗ୍ରାହକ କଲ୍ୟାଣ ବିଭାଗରେ ୧୦୯୩, ଏସସି ଏବଂ ଏସଟି ବିକାଶ, ଦଳିତ ଏବଂ ପଛୁଆ ବର୍ଗରେ ୩୨୮୧, ଗୃହ ଏବଂ ନଗର ଉନ୍ନୟନ ବିଭାଗରେ ୧୦୭୯, ଶ୍ରମିକ ଏବଂ ଇଏସଆଇ ବିଭାଗରେ ୧୭୬୮, ଖେଳ ଏବଂ ଯୁବ ବ୍ୟାପାର ବିଭାଗରେ ୯୬, ଯୋଜନା ଏବଂ ସଂଯୋଜନା ବିଭାଗରେ ୧୩୮୯, ପଞ୍ଚାୟତରାଜ ଏବଂ ପାନୀୟଜଳ ବିଭାଗରେ ୭୪୬୫, ବାଣିଜ୍ୟ ଏବଂ ପରିବହନ(ପରିବହନ) ବିଭାଗରେ ୬୦୦, ବନ, ପରିବେଶ ଏବଂ ଜଳବାୟୁ ପରିବର୍ତନ ବିଭାଗରେ ୪୨୯୪, କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗରେ ୭୨୯୫, ଇସ୍ପାତ ଏବଂ ଖଣି ବିଭାଗରେ ୭୨୦, ସୂଚନା ଏବଂ ଲୋକ ସମ୍ପର୍କ ବିଭାଗରେ ୫୦୧, ଅବକାରୀ ବିଭାଗରେ ୨୪, ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ବିଭାଗରେ ୩୫, ଗ୍ରାମାଞ୍ଚଳ ଉନ୍ନତିକରଣ ବିଭାଗରେ ୧୫୨୪, ପାର୍ଲିଆମେଣ୍ଟାରୀ ବିଭାଗରେ ୧୪୨, ଶକ୍ତି ବିଭାଗରେ ୩୯୩, ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ବିଭାଗରେ ୯୫୨, ପର୍ୟ୍ୟଟନ ବିଭାଗରେ ୧୫୧, ମତ୍ସ୍ୟ ଓ ପଶୁ ସମ୍ପଦରେ ୬୦୭୨, କୋଅପରେସନରେ ୧୮୨୧, ପବ୍ଲିକ ଏଣ୍ଟରପ୍ରାଇଜରେ ୨୫, ମହିଳା ଶିଶୁ କଲ୍ୟାଣ ବିଭାଗରେ ୨୦୧୭, ଇଲେକ୍ଟ୍ରୋନିକ ଏବଂ ଆଇଟି ରେ ୧୯, ଉଚ୍ଚ ଶିକ୍ଷାରେ ୩୭୬୧, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷାରେ ୩୧୦, ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତିରେ ୩୬୨ ଏବଂ ମିଶନ ଶକ୍ତି ବିଭାଗର ୪୯ ଟି ପଦବୀକୁ ମିଶାଇ ମୋଟ ୨୦୫୨୨୮ ପଦବୀ ଖାଲି ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?