ରାଜ୍ୟରେ ବ୍ଲକ ପୁନଃର୍ଗଠନ ପାଇଁ କମିଶନ ଗଠନ କରିବେ ସରକାର: ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୧।୩: ରାଜ୍ୟରେ ଦୀର୍ଘଦିନ ଧରି ଅନେକ ସ୍ଥାନରେ ବ୍ଲକ ପୁନର୍ଗଠନ ପାଇଁ ଦାବି ହୋଇ ଆସୁଥିବା ବେଳେ ମଙ୍ଗଳବାର ବିଧାନସଭାରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ ବିସ୍ତୃତ ତଥ୍ୟ ରଖିଛନ୍ତି ।

ସେ କହିଛନ୍ତି ”ବ୍ଲକ ପୁନଃର୍ଗଠନ ପାଇଁ ରାଜ୍ୟରେ ବିବଦ୍ଧ ଭାବେ କୌଣସି ପ୍ରକ୍ରିୟା ଆରମ୍ଭ କରାଯାଇନାହିଁ, ନୂତନ ପଞ୍ଚାୟତ ସମିତି ଗଠନ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହେଲେ, ରାଜ୍ୟ ସରକାର ପଞ୍ଚାୟତ ପୁନଃର୍ଗଠନ ନିମନ୍ତେ ଏକ କମିଶନ ଗଠନ କରିବେ ଏବଂ ଏହି କମିଶନ ଓଡ଼ିଶା ପଞ୍ଚାୟତ ସମିତି ଆଇନ, ୧୯୫୯ କୁ ଆଧାର କରି ଏକ ବିସ୍ତୃତ ଗାଇଡଲାଇନ ପ୍ରସ୍ତୁତ କରିବ । ସେହି ଗାଇଡଲାଇନ ଆଧାରରେ ବ୍ଲକ ପୁନଃର୍ଗଠନ କରାଯିବ । ୧୯୯୩ ମସିହାରେ ଶ୍ରୀଯୁକ୍ତ କୃଷ୍ଣ ପ୍ରସାଦ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା ବ୍ଲକ ପୁନଃର୍ଗଠନ କମିଶନ ୪ (ଚାରି) ଗୋଟି ଗାଟି ବିଷୟକୁ ଆଧାର କରି ସେମାନଙ୍କର ରିପୋର୍ଟ ସରକାରଙ୍କୁ ସଂକଳ୍ପ (Resolution) ସଂଖ୍ୟା ୧୨୯୬୯ ତାରିଖ ୦୯.୧୧.୧୯୯୩ ରେ ପ୍ରଦାନ କରିଥିଲେ, ଯଥା:- ୧-ଜନସଂଖ୍ୟା ୨-ଭୌଗଳିକ ଅବସ୍ଥା ୩-ପ୍ରଶାସନିକ ସୁବିଧା ୪-ସ୍ଥାନୀୟ ଆବଶ୍ୟକତା । ତେଣୁ, ଦେଶରେ ଜନଗଣନା କାର୍ଯ୍ୟ ଶେଷ ହେବା ପୂର୍ବରୁ ବ୍ଲକ ପୁନଃର୍ଗଠନର ସମ୍ଭାବନା ଉପରେ ବିଚାର କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri