ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା

ଭୁବନେଶ୍ୱର,୩୦।୭: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍‌ଗୁଡ଼ିକରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ ସଚିବଙ୍କୁ ଏକ ଚିଠି ଜାରି କରି ନିର୍ଦ୍ଦେଶ ଦେଇଛନ୍ତି।

ଚିଠି ଅନୁସାରେ, ସରକାରୀ ବୈଠକ, ସଭା, ସମିତି ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ଜାତୀୟ ସାମଗ୍ରୀ ଯଥା ପ୍ଲାଷ୍ଟିକ ଜରି ଲାଗିଥିବା ଫୁଲତୋଡ଼ା, ପ୍ଲାଷ୍ଟିକ ଉପହାର, ଖାଦ୍ୟ ପୁଡ଼ିଆ, ପ୍ଲେଟ୍‌ ଆଦି ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି। ଏହା ସହିତ, ସରକାରୀ ଅଫିସ୍‌ଗୁଡ଼ିକରେ ପ୍ଲାଷ୍ଟିକ ବୋତଲ ବ୍ୟବହାର ବନ୍ଦ କରି ବିକଳ୍ପ ଭାବେ କାଚ, ଷ୍ଟିଲ କିମ୍ବା ଅନ୍ୟ ପରିବେଶ ଅନୁକୂଳ ସାମଗ୍ରୀ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ନିଷ୍ପତ୍ତି ରାଜ୍ୟରେ ପ୍ଲାଷ୍ଟିକ ଦୂଷଣ ହ୍ରାସ କରିବା ଏବଂ ପରିବେଶ ସୁରକ୍ଷାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ନିଆଯାଇଛି। ଓଡ଼ିଶା ସରକାର ପୂର୍ବରୁ ମଧ୍ୟ ୨୦୧୮ରେ ସହରାଞ୍ଚଳରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲଗାଇଥିଲେ, ଏବଂ ଏବେ ଏହି ନିର୍ଦ୍ଦେଶ ସରକାରୀ ଅଫିସ୍‌ଗୁଡ଼ିକରେ କଡ଼ାକଡ଼ି ପାଳନ ପାଇଁ ଜୋର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri