ବିଏସ୍‌କେୱାଇରେ ୧୨ ମାସରେ ଚିକିତ୍ସିତ ହେଲେଣି ୬.୩୧ ଲକ୍ଷ

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ବିଶେଷ ଅଗ୍ରଗତି ହାସଲ କିରିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶାଳିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ଏକ କାର୍ଯ୍ୟାନ୍ବୟନ ସମୀକ୍ଷା ବୈଠକରୁ ଏହା ଜଣାପଡିଛି। ବିଏସ୍‌କେୱାଇ ବିଷୟରେ ସଦ୍ୟତମ ତଥ୍ୟ ଉପସ୍ଥାପନ କରି ଓଡ଼ିଶା ହେଲ୍‌ଥ ଆସ୍ୟୁରାନ୍ସ ସୋସାଇଟିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡି. କହିଛନ୍ତି, ଚଳିତ ବର୍ଷ ଜାନୁୟାରୀ ୧ରୁ ଡିସେମ୍ବର ୨୫ ପର୍ଯ୍ୟନ୍ତ ପ୍ରାୟ ୬.୩୧ ଲକ୍ଷ ଲୋକ ବିଭିନ୍ନ ଘରୋଇ ହସ୍ପିଟାଲରେ ଉଚ୍ଚମାନର ଦେୟମୁକ୍ତ ଚିକିତ୍ସା ପାଇଛନ୍ତି। ସେମାନଙ୍କ ଚିକିତ୍ସା ବାବଦରେ ରାଜ୍ୟ ସରକାର ଘରୋଇ ହସ୍ପିଟାଲଗୁଡ଼ିକୁ ପ୍ରାୟ ୧୩୮୯ କୋଟି ଟଙ୍କାର ବିଲ୍‌ ପୈଠ କରିଛନ୍ତି।
ରାଜ୍ୟର ସମସ୍ତ ୩୦ ଜିଲାର ଲୋକ ବିଏସ୍‌କେୱାଇରେ ଚିକିତ୍ସା ସୁବିଧା ପାଇଛନ୍ତି। ଚିକିତ୍ସା ପାଇଁ ଆସିଥିବା ଶତ ପ୍ରତିଶତ ରୋଗୀଙ୍କୁ ୧୦୪ କଲସେଣ୍ଟର୍‌ ମାଧ୍ୟମରେ କାଉନସେଲିଂ କରାଯାଇଛି। ନିଜ ପସନ୍ଦର ହସ୍ପିଟାଲରେ ଚିକିତ୍ସା ପାଇଁ ସେମାନଙ୍କୁ ଆବଶ୍ୟକ ସୂଚନା ଓ ସହାୟତା ଯୋଗାଇ ଦିଆଯାଇଛି। ହସ୍ପିଟାଲରେ ନିୟୋଜିତ ଥିବା ସ୍ବାସ୍ଥ୍ୟମିତ୍ରମାନେ ମଧ୍ୟ ସେମାନଙ୍କ ଆଡମିଶନ୍‌ ଓ ଚିକିତ୍ସା ପାଇଁ ନିଜେ ଉପସ୍ଥିତ ରହି ଡାକ୍ତରମାନଙ୍କ ସହ ଯୋଗାଯୋଗ ଏବଂ ଆବଶ୍ୟକ ପ୍ରକ୍ରିୟାଗତ ସହାୟତା କରିଛନ୍ତି। ବିଏସ୍‌କେୱାଇରେ ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୨୦୫୬ଟି ଚିକିତ୍ସା ଓ ନିଦାନ ପ୍ୟାକେଜ୍‌ କରାଯାଇଛି। ରୋଗୀମାନଙ୍କୁ ସେମାନଙ୍କ ରୋଗ ଅନୁସାରେ ଉପଯୁକ୍ତ ପ୍ୟାକେଜ୍‌ ଅନ୍ତର୍ଭୁକ୍ତ କରି ସମ୍ପୃକ୍ତ ହସ୍ପିଟାଲଗୁଡ଼ିକ ଚିକିତ୍ସା କରିଛନ୍ତି।
ରାଜ୍ୟର ବିଭିନ୍ନ ଦୂରଦୂରାନ୍ତ ଅଞ୍ଚଳଗୁଡ଼ିକରେ ବିଏସ୍‌କେୱାଇ ବିଷୟରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସ୍ବାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷତଃ ଗଜପତି, କନ୍ଧମାଳ, ସୋନପୁର, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲାର ଗ୍ରାମାଞ୍ଚଳରେ ସଚେତନତା ଓ ସୂଚନା ପ୍ରଦାନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ପାଇଁ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri