ଆସନ୍ତା ୨୭ରେ ରାଜ୍ୟର ସମସ୍ତ ସ୍କୁଲ-କଲେଜ ଛୁଟି

ଭୁବନେଶ୍ବର,୨୫।୧(ଅସମାପିକା ସାହୁ): ଆସନ୍ତା ଶନିବାର (୨୭ ତାରିଖ)ରେ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ଲୋକାର୍ପଣ ହେବାକୁ ଯାଉଛି। ଏହି ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ସାରା ରାଜ୍ୟରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ଜାନୁଆରୀ ୨୭ ତାରିଖ ଦିନ ରାଜ୍ୟର ସବୁ ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରପକ୍ଷେ ଉକ୍ତଦିନ ଚତୁର୍ଥ ଶନିବାର ଯୋଗୁ ସରକାରୀ ଅଫିସ ମଧ୍ୟ ବନ୍ଦ ରହିବ।

ତେବେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ । ପୀଠର ଉନ୍ନତି ପାଇଁ ୨୦୨୧ ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ ପ୍ରକଳ୍ପ ଆରମ୍ଭ କରିଥିଲେ। ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତଙ୍କ ପାଇଁ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବାକୁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି । ମନ୍ଦିର ସହିତ ମହାନଦୀ ଘାଟର ମଧ୍ୟ ଉନ୍ନତିକରଣ କରାଯାଇଛି । ମା’ଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି । ଏହି କାର୍ଯ୍ୟକ୍ରମରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମା’ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri