ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର ବୃଦ୍ଧିକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି।

ଏହାଫଳରେ ବର୍ତ୍ତମାନର ଏବଂ ପୂର୍ବତନ ବିଧାୟକମାନଙ୍କର ଦରମା ଓ ପେନ୍‌ସନ୍ ଉଭୟ ୯୦,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବାଚସ୍ପତିଙ୍କ ମାସିକ ଦରମା ପୂର୍ବରୁ ୪୦,୫୦୦ ଟଙ୍କା ଥିବାବେଳେ ଏବେ ତାହା ୯୮,୦୦୦ ଟଙ୍କାକୁ ବୃଦ୍ଧି ପାଇଛି।

ଏହାବ୍ୟତୀତ ସେମାନଙ୍କର ଅନ୍ୟାନ୍ୟ ଭତ୍ତା ଯଥେଷ୍ଟ ବୃଦ୍ଧି କରାଯାଇଛି। ଯେପରିକି ବୈଠକ ଭତ୍ତା ୮୦୦ ଟଙ୍କାରୁ ୨,୦୦୦ ଟଙ୍କା। କାର୍ ଭତ୍ତା ୧୭,୦୦୦ ଟଙ୍କାରୁ ୮୯,୦୦୦ ଟଙ୍କା। ସମ୍ପଚୁଆରୀ ଭତ୍ତା ୪୦,୦୦୦ ଟଙ୍କାରୁ ୧.୮୧ ଲକ୍ଷ ଟଙ୍କା। ଆବାସ ଭତ୍ତା (ସରକାରୀ କ୍ୱାର୍ଟର୍ ମିଳିବା ପର୍ଯ୍ୟନ୍ତ) ଦୈନିକ ୧,୦୦୦ ଟଙ୍କାରୁ ୨,୦୦୦ ଟଙ୍କା।

ସେହିପରି ବିଧାୟକଙ୍କ ଅନ୍ୟାନ୍ୟ ଭତ୍ତାରେ ବୃଦ୍ଧି ବିଧାୟକମାନଙ୍କ ଅନେକ ଭତ୍ତାରେ ବୃହତ୍ ବୃଦ୍ଧି କରାଯାଇଛି। ସେଥିମଧ୍ୟରୁ କେତେକ ହେଲା, ସମ୍ପଚୁଆରୀ ଭତ୍ତା ୪୦,୦୦୦ ଟଙ୍କାରୁ ୯୬,୦୦୦ ଟଙ୍କା। ନିର୍ବାଚନ ମଣ୍ଡଳୀ ଓ ଲୋକସେବା ଭବନ ଗସ୍ତ ଭତ୍ତା ୨୦,୦୦୦ ଟଙ୍କାରୁ ୭୫,୦୦୦ ଟଙ୍କା। ମାସିକ ପରିବହନ ଭତ୍ତା ୧୫,୦୦୦ ଟଙ୍କାରୁ ୫୦,୦୦୦ ଟଙ୍କା। ବିଧାୟକଙ୍କ ମାସିକ ଭତ୍ତା ୨,୦୦୦ ଟଙ୍କାରୁ ୧୦,୦୦୦ ଟଙ୍କା। ବିଦ୍ୟୁତ୍ ଖର୍ଚ୍ଚ ଭତ୍ତା ୫,୦୦୦ ଟଙ୍କାରୁ ୨୦,୦୦୦ ଟଙ୍କା। ଡାକ୍ତରୀ ଚିକିତ୍ସା ଭତ୍ତା ୫,୦୦୦ ଟଙ୍କାରୁ ୩୫,୦୦୦ ଟଙ୍କା। ମୋଟର କାର୍ ଅଗ୍ରିମ ୫ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କା।

ପୂର୍ବରୁ ଭାଜପା ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାୟକମାନଙ୍କ ପାରିଶ୍ରମିକ ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍ ସମୀକ୍ଷା ପାଇଁ ବିଧାୟକ ଭାସ୍କର ମଢ଼େଇଙ୍କ ନେତୃତ୍ୱରେ ଏକ ପରାମର୍ଶଦାତା କମିଟି ଗଠନ କରିଥିଲେ। ପୁରୁଣା ପେନ୍‌ସନ୍ ରାଶି ମୁଦ୍ରାସ୍ଫୀତି ସହ ଖାପ ଖାଉ ନ ଥିବାରୁ ବିଭିନ୍ନ ଦଳର ବିଧାୟକମାନେ ଦରମା ବୃଦ୍ଧି ପାଇଁ ଦାବି କରି ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?