ଗତ ୯ ମାସରେ ଏତିକି କୋଟି ଟଙ୍କା ଋଣ କରିଛନ୍ତି ମୋହନ ସରକାର, ବିଧାନସଭାରେ ରଖିଲେ ତଥ୍ୟ

ଭୁବନେଶ୍ୱର,୧୧।୩: ଗତ ୯ ମାସରେ ଓଡ଼ିଶାର ଭାଜପା ସରକାର ବିଭିନ୍ନ ଉତ୍ସରୁ ୨୧,୦୦୦ କୋଟି ଟଙ୍କାରୁ ଅଧିକ ଋଣ ସଂଗ୍ରହ କରିଛନ୍ତି। ମଙ୍ଗଳବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରକାଶ କରିଛନ୍ତି। ଗତ ବର୍ଷ ଜୁନ୍ ମାସରୁ ଚଳିତ ବର୍ଷ ଫେବୃଆରୀ ଶେଷ ପର୍ଯ୍ୟନ୍ତ ରାଜ୍ୟ ସରକାର ବିଭିନ୍ନ ଉତ୍ସରୁ ୨୧,୧୭୭ କୋଟି ଟଙ୍କା ଋଣ ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମାଝୀଙ୍କ ଅନୁଯାୟୀ, ରାଜ୍ୟ ସରକାର ଖୋଲା ବଜାରରୁ ୯,୦୦୦ କୋଟି ଟଙ୍କା ଋଣ ସଂଗ୍ରହ କରିଥିବା ବେଳେ କେନ୍ଦ୍ରରୁ ୭,୧୪୯.୫୬ କୋଟି ଟଙ୍କା ଋଣ ନେଇଛନ୍ତି। ସେହିପରି, ସରକାର ନାବାର୍ଡରୁ ୨,୨୬୧.୧୬ କୋଟି, ଓଏମବିଏଡିସିରୁ ୨,୭୫୦ କୋଟି, କ୍ୟାମ୍ପାରୁ ୨,୩୭୦ କୋଟି ଏବଂ ପ୍ରୋଭିଡେଣ୍ଟ ଫଣ୍ଡରୁ ୨୩୫୨.୭୩ କୋଟି ଟଙ୍କା ଋଣ କରିଛନ୍ତି।

“ରାଜ୍ୟ ସରକାର ଋଣ ନେଇଥିବା ପାଣ୍ଠିକୁ ଜଳସେଚନ, ଶକ୍ତି, ରାସ୍ତା ଯୋଗାଯୋଗ, ବିପର୍ଯ୍ୟୟ ପରିଚାଳନା ଏବଂ ସହରାଞ୍ଚଳ ଭିତ୍ତିଭୂମି ଭଳି ବିକାଶମୂଳକ କାର୍ଯ୍ୟରେ ବ୍ୟବହାର କରିଛନ୍ତି,” ଅର୍ଥ ବିଭାଗ ମଧ୍ୟ ଧରିଥିବା ମାଝୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ରାଜ୍ୟର ଭାଜପା ସରକାର ଗତ ନଅ ମାସରେ ୧୪,୯୭୦ କୋଟି ଟଙ୍କାର ଋଣ ପରିଶୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?