ବଢ଼ିଲା ରାସନ କାର୍ଡ e-KYC ଅବଧି; ଖୁବଶୀଘ୍ର କରନ୍ତୁ, ନ ହେଲେ ମିଳିବନି ଚାଉଳ

ଭୁବନେଶ୍ୱର,୩।୧୨: ରାସନ କାର୍ଡଧାରୀଙ୍କ ପାଇଁ ଚାଲିଥିବା ଇ-କେୱାଇସି (e-KYC) ଯାଞ୍ଚ ପ୍ରକ୍ରିୟାର ସମୟସୀମାକୁ ଓଡ଼ିଶା ସରକାର ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବୁଧବାର ବିଧାନସଭାରେ ଏକ ଲିଖିତ ଉତ୍ତରରେ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଏହି ଯାଞ୍ଚ ପ୍ରକ୍ରିୟା ସମୟରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିଛି।

ଇ-କେୱାଇସି ଡ୍ରାଇଭ୍ ବେଳେ ସାଧାରଣ ବଣ୍ଟନ ବ୍ୟବସ୍ଥା ଅଧୀନରେ ଥିବା ପ୍ରାୟ ୬,୮୩,୯୯୫ ଜଣ ମୃତ ବ୍ୟକ୍ତିଙ୍କ ନାମ ଏପର୍ଯ୍ୟନ୍ତ ସକ୍ରିୟ ହିତାଧିକାରୀ ତାଲିକାରେ ଥିବା ଜଣାପଡ଼ିଛି। ଏହା ବ୍ୟତୀତ ୩୩,୧୨୮ଟି ଅଯୋଗ୍ୟ ରାସନ କାର୍ଡକୁ ବାତିଲ୍ କରାଯାଇଛି। ଯାଞ୍ଚ ପ୍ରକ୍ରିୟାରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୪,୭୪୭ଟି ନକଲି ରାସନ କାର୍ଡ ଚିହ୍ନଟ ହୋଇଛି। ଗତବର୍ଷ ଜୁନରୁ ଇ-କେୱାଇସି ଅଭିଯାନ ଆରମ୍ଭ ହେବା ପରେ ଏପର୍ଯ୍ୟନ୍ତ ରାସନ କାର୍ଡ ପାଇଁ ୧୫,୩୩,୧୫୩ଟି ନୂଆ ଆବେଦନ ଗ୍ରହଣ କରାଯାଇଛି।

ବିଭାଗ ପକ୍ଷରୁ ସମସ୍ତ ରାସନ କାର୍ଡଧାରୀଙ୍କୁ ବର୍ଦ୍ଧିତ ସମୟସୀମା ମଧ୍ୟରେ ଇ-କେୱାଇସି ସମାପ୍ତ କରିବାକୁ ଅନୁରୋଧ କରାଯାଇଛି, ଯାହା ଦ୍ୱାରା ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ସବସିଡିଯୁକ୍ତ ଖାଦ୍ୟଶସ୍ୟ ପହଞ୍ଚିପାରିବ ଏବଂ ଅପବ୍ୟବହାରକୁ ରୋକାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri