ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧିକୁ ଅନୁମୋଦନ କରିଛନ୍ତି। ଜାନୁଆରୀ ୧, ୨୦୨୬ରୁ ଲାଗୁ ହେବ ବର୍ଦ୍ଧିତ ଷ୍ଟାଇପେଣ୍ଡ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO) ପକ୍ଷରୁ ସୋମବାର ପ୍ରକାଶିତ ଏକ ବିବୃତ୍ତି ଅନୁଯାୟୀ, ଆୟୁର୍ବେଦ ଏବଂ ହୋମିଓପାଥିରେ ଉଚ୍ଚଶିକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ନିଆଯାଇଥିବା ଏହି ନିଷ୍ପତ୍ତିରେ ପ୍ରାୟ ୧୨୦ ଜଣ ପିଜି ଛାତ୍ରଛାତ୍ରୀ ଉପକୃତ ହେବେ।

ପ୍ରଥମ ବର୍ଷ ପିଜି ଛାତ୍ର ଷ୍ଟାଇପେଣ୍ଡ ୫୫ ପ୍ରତିଶତ ବୃଦ୍ଧି କରାଯାଇ ମାସିକ ୩୧,୦୦୦ ଟଙ୍କାରୁ ୪୮,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି। ଦ୍ୱିତୀୟ ବର୍ଷ ପିଜି ଛାତ୍ର ଷ୍ଟାଇପେଣ୍ଡ ୬୨ ପ୍ରତିଶତ ବୃଦ୍ଧି କରାଯାଇ ୩୨,୦୦୦ ଟଙ୍କାରୁ ୫୨,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି। ତୃତୀୟ ବର୍ଷ ପିଜି ଛାତ୍ର ଷ୍ଟାଇପେଣ୍ଡ ସର୍ବାଧିକ ୬୭ ପ୍ରତିଶତ ବୃଦ୍ଧି କରାଯାଇ ୩୩,୦୦୦ ଟଙ୍କାରୁ ୫୫,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି। ଏହି ସମସ୍ତ ବର୍ଦ୍ଧିତ ଷ୍ଟାଇପେଣ୍ଡ ହାର ଆସନ୍ତା ଜାନୁଆରୀ ୧, ୨୦୨୬ ଠାରୁ ଲାଗୁ ହେବ।

ପିଜି ଛାତ୍ରଛାତ୍ରୀଙ୍କ ବ୍ୟତୀତ ସରକାରୀ ଆୟୁର୍ବେଦିକ ଏବଂ ହୋମିଓପାଥିକ ମେଡିକାଲ କଲେଜର ହାଉସ୍ ସର୍ଜନମାନଙ୍କ ଷ୍ଟାଇପେଣ୍ଡ ମଧ୍ୟ ବୃଦ୍ଧି କରାଯାଇଛି। ସେମାନଙ୍କର ମାସିକ ଷ୍ଟାଇପେଣ୍ଡ ୧୭,୦୦୦ ଟଙ୍କାରୁ ବୃଦ୍ଧି କରାଯାଇ ୩୦,୦୦୦ ଟଙ୍କା କରାଯାଇଛି। ଏହି ବୃଦ୍ଧି ଚଳିତ ବର୍ଷ ଅଗଷ୍ଟ ୧ ଠାରୁ ପୂର୍ବପ୍ରଭାବୀ ଭାବରେ ଲାଗୁ ହେବ।

ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ଯେ ଏହି ଆର୍ଥିକ ସହାୟତା ବୃଦ୍ଧି ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ଅଧ୍ୟୟନ ତଥା ରୋଗୀସେବା ଉପରେ ଅଧିକ ଧ୍ୟାନ ଦେବାକୁ ସକ୍ଷମ କରିବ, ଯାହାଦ୍ୱାରା ରାଜ୍ୟରେ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?