ସମସ୍ତ ସରକାରୀ ଜମି ଜବରଦଖଲ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୬।୭: ରାଜ୍ୟର ସମସ୍ତ ଜିଲାରେ ସରକାରୀ ଜମି ଜବରଦଖଲ ବଢି ଚାଲିଥିବା ବେଳେ ଚିନ୍ତା ପ୍ରକଟ କରିଛନ୍ତି ସରକାର। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଜବରଦଖଲକୁ ନେଇ ଉଦ୍‌ବେଗ ପ୍ରକାଶ କରାଯାଇଛି। ଏହି କ୍ରମରେ ରାଜ୍ୟ ରାଜସ୍ୱ ସଚିବ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟର ବିଭିନ୍ନ ସ୍ଥାନରେ ଉନ୍ନୟନମୂଳକ କାମ ପାଇଁ ଜମି ଦେବାରେ ଜବରଦଖଲ ବାଧକ ସାଜୁଛି। ଅନେକ ସ୍ଥାନରେ ବହୁ ମୂଲ୍ୟବାନ ଜମି ସବୁ ଅବୈଧ ଭାବେ ଜବରଦଖଲ କରାଯାଉଛି। କିଛି ସ୍ଥାନରେ କଥା ମାଳି ମକଦ୍ଦମା ଆଡେ ମଧ୍ୟ ଯାଉଛି। ତେଣୁ ସର୍ଭେ କରି ତୁରନ୍ତ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏଥିସହିତ ଜବରଦଖଲ ହଟାଇବା ପରେ ଜିଲା ପ୍ରଶାସନ ସେହି ସ୍ଥାନକୁ ବାଡ଼ ବୁଲାଇ ରଖିବେ। ଯାହା ପରବର୍ତୀ ସମୟରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟରେ ଉପଯୋଗ କରାଯାଇପାରିବ। ଏହି କାମ ପାଇଁ ପାଣ୍ଠିର ଅଭାବ ହେଲେ ତୁରନ୍ତ ରାଜସ୍ବ ବିଭାଗକୁ ଜଣାଇବାକୁ କୁହାଯାଇଛି। ‘ଅତ୍ୟନ୍ତ ଜରୁରୀ କାର୍ଯ୍ୟ’ ଭାବେ ଏ ଦିଗରେ ପଦକ୍ଷେପ ନେଇ ଚାଳିଶି ଦିନ ମଧ୍ୟରେ ରିପୋର୍ଟ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri