ଏବର୍ଷ କେବଳ ପରମ୍ପରା ବଜାୟ ରଖିବା ପାଇଁ ହେବ ପୂଜା: ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ୍‌ ଜାରି

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବରର ପର୍ବପର୍ବାଣୀ ପାଇଁ ଗୁରୁବାର ଗାଇଡଲାଇନ୍‌ ଜାରି କରାଯାଇଛି। ଆଗକୁ ଆସୁଥିବା ଦୁର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀପୂଜା ପାଳନ ନେଇ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ମଣ୍ଡପରେ ପୂଜା ପାଇଁ ଜିଲାପାଳ, କମିଶନରଙ୍କଠାରୁ ଅନୁମତି ଆଣିବା ଜରୁରୀ ବୋଲି କୁହାଯାଇଛି। ତେବେ ଜିଲାଗୁଡ଼ିକରେ ଜିଲାପାଳ ଏବଂ ଟୁଇନ୍‌ସିଟିରେ ପୋଲିସ କମିଶନରଙ୍କଠାରୁ ଅନୁମତି ଆଣିବାକୁ ପଡ଼ିବ। ତେବେ କେବଳ ପରମ୍ପରା ବଜାୟ ରଖିବା ପାଇଁ ପୂଜା କରାଯାଇପାରିବ। ଏଥିରେ ସାଧାରଣ ଲୋକ ଭାଗ ନେଇ ପାରିବେ ନାହିଁ। ଏପରିକି ଗହଳି ହୋଇପାରିବ ନାହିଁ। ପୂଜା ମଣ୍ଡପଗୁଡ଼ିକ ତିନି ପାର୍ଶ୍ୱରୁ ସମ୍ପୂର୍ଣ୍ଣ ବନ୍ଦ ଓ ଚତୁର୍ଥ ପାର୍ଶ୍ୱରୁ ଆଶିଂକ ବନ୍ଦ ରହିବ ଯେପରି ସାଧାରଣଲୋକ ଯେଭଳି ପ୍ରତିମା ଦେଖିପାରିବେ ନାହିଁ। ଏହାଛଡ଼ା ସାଧାରଣ ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ ରହିବ। ବିଭିନ୍ନ ମଣ୍ଡପରେ ମୂର୍ତ୍ତି ଗୁଡ଼ିକର ଉଚ୍ଚତା ୪ ଫୁଟ୍‌ରୁ କମ୍‌ ରହିବ। କେବଳ କର୍ତ୍ତା ଓ ବ୍ରାହ୍ମଣଙ୍କୁ ମିଶାଇ ୭ଜଣରୁ ଅଧିକ ରହିପାରିବେ ନାହିଁ। ମଣ୍ଡପରେ ଉପସ୍ଥିତି ସମସ୍ତେ ସାମାଜିକ ଦୂରତ୍ୱ ଏବଂ ମାସ୍କ ନିୟମ ମାନିବାକୁ ବାଧ୍ୟ । ଏହାଛଡ଼ା ଭସାଣ ଉତ୍ସବ ହେବ ନାହିଁ। କୃତ୍ରିମ ପୋଖରୀରେ ମୂର୍ତ୍ତୀ ବିସର୍ଜନ କରାଯିବ ବୋଲି ଗାଇଡ୍‌ଲାଇନ୍‌ରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri