ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର ୪ ଜଣ ଛାତ୍ର ଗୁରୁତର ଭାବେ ପୋଡ଼ି ହୋଇ ଆହତ ହେବା ପରେ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲର ପ୍ରଧାନଶିକ୍ଷକ ଏବଂ ୪ ଜଣ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।

ଏହି ସମ୍ବେଦନଶୀଳ ଘଟଣା ପାଇଁ ବିଭାଗ ପକ୍ଷରୁ ତୁରନ୍ତ ପ୍ରଧାନଶିକ୍ଷକ ଏବଂ ଉକ୍ତ ୪ ଶିକ୍ଷକଙ୍କ ଦରମା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ସରକାରୀ ତଦନ୍ତ ପ୍ରକ୍ରିୟା ଶେଷ ହେବା ପରେ ସେମାନଙ୍କ ବିରୋଧରେ ପରବର୍ତ୍ତୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ସୂଚନା ଦେଇଛି।

ମୁନିଗୁଡ଼ା ଥାନାରେ ଏନେଇ ମାମଲା ରୁଜୁ କରାଯାଇଛି। ପୋଲିସ ହସ୍ପିଟାଲରେ ପହଞ୍ଚି ଆହତ ଛାତ୍ରଙ୍କ ବୟାନ ରେକର୍ଡ କରିବା ସହ ବିଦ୍ୟାଳୟର ପିଅନଙ୍କ ପୁଅ ବିରୋଧରେ ମାମଲା ଦାୟର କରିଛି।

ସୋମବାର ସ୍କୁଲ ପରିସରରେ ଏହି ଅଘଟଣ ଘଟିବା ପରେ ଅଭିଭାବକ ଏବଂ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ସେଠାରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଦୋଷୀଙ୍କ ବିରୋଧରେ କଠୋର ଦଣ୍ଡବିଧାନର ପ୍ରତିଶୃତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri