ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା ଇନ୍ସପେକସନ ବଙ୍ଗଳା (IB) ଗୁଡ଼ିକର ବୁକିଂ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରାଯାଇଛି। ବୁଧବାର ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏଥିପାଇଁ ଏକ ସ୍ୱତନ୍ତ୍ର ପୋର୍ଟାଲ ‘(https://eibworks.odisha.gov.in/eIB/) ର ଶୁଭାରମ୍ଭ କରିଛନ୍ତି।

ପ୍ରଥମ ପର୍ଯ୍ୟାୟରେ ରାଜଧାନୀ ଭୁବନେଶ୍ୱର ସମେତ ପୁରୀ ଏବଂ କୋଣାର୍କରେ ଥିବା ପୂର୍ତ୍ତ ବିଭାଗର ଡାକବଙ୍ଗଳା ପାଇଁ ଏହି ଅନ୍‌ଲାଇନ୍ ବୁକିଂ ସୁବିଧା ମିଳିବ।

ଏହି ପୋର୍ଟାଲ ମାଧ୍ୟମରେ ସାଧାରଣ ଜନତା ଓ ସରକାରୀ ଅଧିକାରୀମାନେ ଯେକୌଣସି ସ୍ଥାନରୁ ରୁମ୍ ବୁକ୍ କରିପାରିବେ। ଏଥିସହ ରୁମ୍‌ର ଉପଲବ୍ଧତା ଯାଞ୍ଚ କରିବା ଏବଂ ବୁକିଂ ବାତିଲ କରିବା ମଧ୍ୟ ସହଜ ହେବ।

ପୂର୍ବରୁ ଚାଲିଥିବା ମାନୁଆଲ୍ ବୁକିଂ ପ୍ରକ୍ରିୟା ବଦଳରେ ଡିଜିଟାଲ୍ ବ୍ୟବସ୍ଥା ଆସିବା ଫଳରେ ଏଥିରେ ଅଧିକ ସ୍ୱଚ୍ଛତା ଆସିବ ଏବଂ ଅଯଥା ବିଳମ୍ବ ଦୂର ହେବ ବୋଲି ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି।

ଓଡ଼ିଶାର ଏହି ତିନୋଟି ପ୍ରମୁଖ ପର୍ଯ୍ୟଟନ ସ୍ଥଳୀରେ ବର୍ଷସାରା ପର୍ଯ୍ୟଟକଙ୍କ ଭିଡ଼ ଲାଗି ରହିଥାଏ। ଏହି ନୂତନ ବ୍ୟବସ୍ଥା ଦ୍ୱାରା ଅତିଥିମାନେ ଶସ୍ତାରେ ଏବଂ ସୁବିଧାରେ ରହିବା ପାଇଁ ସ୍ଥାନ ପାଇପାରିବେ। ଏହା ବ୍ୟତୀତ ମନ୍ତ୍ରୀ ହରିଚନ୍ଦନ କଣ୍ଟ୍ରାକ୍ଟରମାନଙ୍କ ପରିଚାଳନା ପାଇଁ CDMS 3.0 ପୋର୍ଟାଲ ମଧ୍ୟ ଉନ୍ମୋଚନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦବୋବାଳିରେ ଫାଟିପଡ଼ୁଛି SCB ପରିସର: ରୋଗୀଙ୍କୁ ଖୋଜୁଛନ୍ତି ସମ୍ପର୍କୀୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

ଦିଲ୍ଲୀପ ରାୟ ମୋତେ ଫୋନ କରିଥିଲେ, କିନ୍ତୁ ମୁଁ…ମତଦାନ ପୂର୍ବରୁ ବଡ଼ କଥା କହିଦେଲେ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ପ୍ରକ୍ରିୟା ଜାରି ରହିଛି। ଅପରାହ୍ଣ ୪ଟା ଯାଏ ମତଦାନ ଚାଲିବ।…

କାହାକୁ ଭୋଟ ଦେଲେ ବିଜେଡିରୁ ନିଲମ୍ବିତ ବିଧାୟକ ସନାତନ ମହାକୁଡ଼: ନିଜେ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

ପାରାଦୀପରୁ ଫେରିଲେ ବିଧାୟକ: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

ଝଡ଼ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର: ଏହି ଜିଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୧୬ା୩ (ବନ୍ଦନା ସେଠୀ):ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍‌ ଲାଗିଛି। ଝଡ଼ବର୍ଷା ଯୋଗୁ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ…

ଦିଲ୍ଲୀ ଘର ଠିକଣା: ନୂଆ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ଲାଗି ସବୁ ଦଳ ନିଜ ବିଧାୟକମାନଙ୍କୁ ଗୋଠକରି ରଖିବାକୁ ସମସ୍ତ ଉଦ୍ୟମ ଚଳାଇଛନ୍ତି। ମାତ୍ର ବିରୋଧୀ ଦଳ ବିଜେଡି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri