ସମସ୍ତଙ୍କୁ ମାଗଣାରେ ମିଳିବ ଚକ୍ଷୁ ଚିକିତ୍ସା; ଆରମ୍ଭ ହେଲା “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”

ଭୁବନେଶ୍ୱର,୨୫।୭: ରାଜ୍ୟରେ ସମସ୍ତଙ୍କୁ ମାଗଣାରେ ସାର୍ବଜନୀନ ବ୍ୟାପକ ଚକ୍ଷୁ ଯତ୍ନସେବା ଯୋଗାଇଦେବା ଉଦ୍ଦେଶ୍ୟରେ “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”ର ଶୁଭାରମ୍ଭ କରିଛନ୍ତି ମୋହନ ସରକାର। ଏହି ଯୋଜନା ଦ୍ୱାରା ମୋତିଆ ବିନ୍ଦୁ, ଗ୍ଲୁକୋମା ଓ କର୍ଣିଆର ଅସୁସ୍ଥତା କ୍ଷେତ୍ରରେ ଅସ୍ତ୍ରୋପଚାର ଓ ମାଗଣା ଚଷମା ବଣ୍ଟନପରି ଉପଯୁକ୍ତ ହସ୍ତକ୍ଷେପ ପାଇଁ ବିଭିନ୍ନ ବୟସ ବର୍ଗର ଚକ୍ଷୁ ପରୀକ୍ଷା କରା‌ଯିବ। ଏହି ଯୋଜନାରେ ୪୫ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ କରାଯାଇଛି।

ସେହିଭଳି ସରକାରକୁ ଆସିବା ପୂର୍ବରୁ ନିର୍ବାଚନୀ ଘୋଷଣା ମୁତାବକ ଭାଜପା ସରକାର ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନା ଲାଗୁ କରିଛନ୍ତି। ଓଡ଼ିଶାର ସ୍ୱାସ୍ଥ୍ୟସେବା ପୃଷ୍ଠା ଭୂମିରେ ଏକ ବୈପ୍ଲବିକ ପରିବର୍ତନ ଆଣିବା ପାଇଁ ସରକାର ବଜେଟରେ ୨୧ ହଜାର ୨ ଶହ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହି ବଜେଟରେ “ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’” ପାଇଁ ୫ ଶହ କୋଟି ଟଙ୍କା ଓ “ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା” ପାଇଁ ୩ ହଜାର ୫୬ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରହିଛି ।

ସେହିଭଳି ଲୋକମାନଙ୍କୁ ସହଜରେ ମାଗଣା ଔଷଧ, ବ୍ୟାପକ ନିଦାନ ସେବା ଏବଂ ବିଶେଷଜ୍ଞ ଓ ସୁପର ସ୍ପେସାଲିଟି ସେବା ତଥା ବ୍ୟାପକ ପ୍ରାଥମିକ ଚିକିତ୍ସା ସୁବିଧା ପ୍ରଦାନ କରିବା ନିମନ୍ତେ କେନ୍ଦ୍ର ସରକାରଙ୍କ ମାନଦଣ୍ଡ ଅନୁଯାୟୀ, ଆମ ସରକାର ସମସ୍ତ ଉପସ୍ବାସ୍ଥ୍ୟ କେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକୁ ଆୟୁଷ୍ଠାନ ଆରୋଗ୍ୟ ମନ୍ଦିର ଭାବେ ସୁଦୃଢ କରିବାକୁ ପରିଯୋଜନା କରିଛନ୍ତି । ଏହି ଆୟୁଷ୍ଠାନ ଆରୋଗ୍ୟ ମନ୍ଦିର ଗୁଡିକୁ ଇ-ସଞ୍ଜିବନୀ ନେୱାର୍କ (Tele-Medicine) ମାଧ୍ୟମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ AIIMS ସମେତ ଅନ୍ୟ ସୁପର ସ୍ପେସାଲିଟି ହସ୍ପିଟାଲର ବିଶେଷଜ୍ଞ ଏବଂ ସୁପର ସ୍ପେସାଲିଟି ଡାକ୍ତରମାନଙ୍କ ସହିତ ସଂଯୁକ୍ତ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri