ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,ତା,୨୧,୮: ରାଜ୍ୟରେ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ସରକାର ୧୮ ଜଣ ବରିଷ୍ଠ ଅଧିକାରୀଙ୍କୁ ଅଦଳ ବଦଳ କରିଛନ୍ତି। ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ) ଦାୟିତ୍ୱ ମିଳିଛି। ସେହିପରି ଦେଓ ରଂଜନ କୁମାର ସିଂହ ହେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏସିଏସ ଦାୟିତ୍ୱ ପାଇଛନ୍ତି। ଏଥିସହିତ ସେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ।

ସେହିପରି ହେମନ୍ତ ଶର୍ମାଙ୍କୁ ଶିଳ୍ପ ସହିତ ଶକ୍ତି ବିଭାଗର ଅତିରିକ୍ତ ସଚିବ ନିଯୁକ୍ତ କରାଯାଇଛି। ସୁରେନ୍ଦ୍ର କୁମାରଙ୍କୁ ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ସଚିବ କରାଯାଇଛି। ବିଷ୍ଣୁପଦ ସେଠୀଙ୍କୁ ଏସସି ଏବଂ ଏସଟି କଲ୍ୟାଣ, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଥିବା ବେଳେ ଉଷା ପାଢୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଦାୟିତ୍ୱ ମିଳିଛି।

ଶାଲିନି ପଣ୍ଡିତଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରଣାଳୟ, ମିଶନ ଶକ୍ତି ବିଭାଗ ଦାୟିତ୍ୱ ମିଳିଛି। ଅସ୍ଵଥି ଏସଙ୍କୁ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ, ରୂପା ରୋଶନ ସାହୁଙ୍କୁ ଆରଡିସି ବ୍ରହ୍ମପୁର, ସଚିନ ଆର ଯାଦବଙ୍କୁ ଆରଡିସି ସମ୍ବଲପୁର, ବଲୱନ୍ତ ସିଂହଙ୍କୁ ପର୍ଯ୍ୟଟନ, ଓଡ଼ିଶା ଖଣି ନିଗମର ଦାୟିତ୍ୱ ମିଳିଛି। ଅନନ୍ୟ ଦାସଙ୍କୁ ଓସେପା, ସମର୍ଥ ବର୍ମାଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri