ପୁଣି ଲାଗିଲା କଟକଣା: ଏଣିକି ବିବାହରେ ୫୦୦ ନୁହେଁ ୨୦୦; ଶୁଦ୍ଧିକ୍ରିୟାରେ ୫୦ଜଣଙ୍କୁ ଅନୁମତି

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ପୂର୍ବରୁ ବିବାହ ଉତ୍ସବରେ ସର୍ବାଧିକ ଲୋକସଂଖ୍ୟା ୫୦୦ ଥିବା ବେଳେ ଏବେ ଏହାକୁ କମାଇ ୨୦୦ କରାଯାଇଛି। ସେହିଭଳି ଦଶାହ ଏବଂ ଶୁଦ୍ଧିକ୍ରିୟାରେ ୫୦୦ ବଦଳରେ ୫୦ଜଣ ସାମିଲ ହେବାକୁ ଅନୁମତି ଦିଆଯାଇଛି। ଉଭୟ କାର୍ଯ୍ୟରେ ମାସ୍କ ପରିଧାନକୁ କଡାକଡ଼ି କରାଯିବା ସହ ଅତିଥି ମାସ୍କ ପରିଧାନ କରିଛନ୍ତି କି ନାହିଁ ତାହା ପ୍ରବେଶ ପଥରେ ଯାଞ୍ଚ ହେବ। ନିୟମ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏତଦ୍‌ବ୍ୟତିତ ଅଧିକ ସଂକ୍ରମିତ ହୋଇଥିବା ରାଜ୍ୟରୁ ଫେରୁଥିବା ଲୋକଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି କଟକଣା ମାର୍ଚ୍ଚ ୨୬ ତାରିଖରୁ ଲାଗୁ ହେବା ନେଇ ଘୋଷଣା କରାଯାଇଛି।
ପ୍ରକାଶ ଯେ, କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସମୀକ୍ଷା କରିଥିଲେ। ସତର୍କତାମୂଳକ ପଦକ୍ଷେପ ସହ ସଚେତନତା ସୃଷ୍ଟି କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ। ବ୍ୟକ୍ତିଗତ ଭାବେ କୋଭିଡ ନିୟମର ଅନୁପାଳନକୁ ତଦାରଖ କରିବାକୁ ଜିଲାପାଳ ଏବଂ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିଜ ନିଜ ଅଞ୍ଚଳରେ ସର୍ଭେଲାନ୍ସ ଓ ଟେଷ୍ଟିଂ କାର୍ଯ୍ୟକ୍ରମକୁ କଡାକଡି ଭାବରେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri