ପୁଣି ଲାଗିଲା କଟକଣା: ଏଣିକି ବିବାହରେ ୫୦୦ ନୁହେଁ ୨୦୦; ଶୁଦ୍ଧିକ୍ରିୟାରେ ୫୦ଜଣଙ୍କୁ ଅନୁମତି

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ପୂର୍ବରୁ ବିବାହ ଉତ୍ସବରେ ସର୍ବାଧିକ ଲୋକସଂଖ୍ୟା ୫୦୦ ଥିବା ବେଳେ ଏବେ ଏହାକୁ କମାଇ ୨୦୦ କରାଯାଇଛି। ସେହିଭଳି ଦଶାହ ଏବଂ ଶୁଦ୍ଧିକ୍ରିୟାରେ ୫୦୦ ବଦଳରେ ୫୦ଜଣ ସାମିଲ ହେବାକୁ ଅନୁମତି ଦିଆଯାଇଛି। ଉଭୟ କାର୍ଯ୍ୟରେ ମାସ୍କ ପରିଧାନକୁ କଡାକଡ଼ି କରାଯିବା ସହ ଅତିଥି ମାସ୍କ ପରିଧାନ କରିଛନ୍ତି କି ନାହିଁ ତାହା ପ୍ରବେଶ ପଥରେ ଯାଞ୍ଚ ହେବ। ନିୟମ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏତଦ୍‌ବ୍ୟତିତ ଅଧିକ ସଂକ୍ରମିତ ହୋଇଥିବା ରାଜ୍ୟରୁ ଫେରୁଥିବା ଲୋକଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି କଟକଣା ମାର୍ଚ୍ଚ ୨୬ ତାରିଖରୁ ଲାଗୁ ହେବା ନେଇ ଘୋଷଣା କରାଯାଇଛି।
ପ୍ରକାଶ ଯେ, କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସମୀକ୍ଷା କରିଥିଲେ। ସତର୍କତାମୂଳକ ପଦକ୍ଷେପ ସହ ସଚେତନତା ସୃଷ୍ଟି କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ। ବ୍ୟକ୍ତିଗତ ଭାବେ କୋଭିଡ ନିୟମର ଅନୁପାଳନକୁ ତଦାରଖ କରିବାକୁ ଜିଲାପାଳ ଏବଂ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିଜ ନିଜ ଅଞ୍ଚଳରେ ସର୍ଭେଲାନ୍ସ ଓ ଟେଷ୍ଟିଂ କାର୍ଯ୍ୟକ୍ରମକୁ କଡାକଡି ଭାବରେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri