ଓଡ଼ିଶାରେ ଗ୍ୟାସ ସିଲିଣ୍ଡରକୁ ନେଇ ସରକାର ବଡ଼ ଘୋଷଣା, କାଲିଠୁ…

ଭୁବନେଶ୍ୱର,୧୦।୩: ଓଡ଼ିଶାରେ ରନ୍ଧନ ଗ୍ୟାସ (LPG) ସଙ୍କଟକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ରାଜ୍ୟ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଶେଷ କରି ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଯୋଗୁଁ ଗ୍ୟାସ ଅଭାବ ହେବା ନେଇ ଯେଉଁ ଗୁଜବ ସୃଷ୍ଟି ହୋଇଥିଲା, ତାହାକୁ ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।

ଓଡ଼ିଶାରେ ରନ୍ଧନ ଗ୍ୟାସ ସଙ୍କଟ ନାହିଁ:
ରାଜ୍ୟରେ ରନ୍ଧନ ଗ୍ୟାସର କୌଣସି ଅଭାବ ନାହିଁ ଏବଂ ଜନସାଧାରଣ ଏଥିପାଇଁ ଚିନ୍ତିତ ହେବାର ଆବଶ୍ୟକତା ନାହିଁ ବୋଲି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ପଷ୍ଟ କରିଛନ୍ତି। ରନ୍ଧନ ଗ୍ୟାସ ଏବଂ ବିଭିନ୍ନ ତୈଳ କମ୍ପାନୀର କର୍ତ୍ତୃପକ୍ଷଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ ପରେ ସେ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ରାଜ୍ୟରେ ଆବଶ୍ୟକ ପରିମାଣର LPG ବା ରନ୍ଧନ ଗ୍ୟାସ ମହଜୁଦ ରହିଛି। ଯୋଗାଣ ଶୃଙ୍ଖଳା ସାଭାବିକ ଅଛି ଏବଂ ଆଗକୁ ମଧ୍ୟ ଏଥିରେ କୌଣସି ବାଧା ଉପୁଜିବ ନାହିଁ। ଶିକ୍ଷାନୁଷ୍ଠାନ, ହଷ୍ଟେଲ ଏବଂ ଡାକ୍ତରଖାନା ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକୁ ରନ୍ଧନ ଗ୍ୟାସ ଯୋଗାଣରେ କୌଣସି ସମସ୍ୟା ନାହିଁ। ଏହି ସ୍ଥାନଗୁଡ଼ିକୁ ପ୍ରାଥମିକତା ଭିତ୍ତିରେ ଗ୍ୟାସ ଯୋଗାଇ ଦିଆଯାଉଛି। IOCL, BPCL ଏବଂ HPCL ଭଳି ପ୍ରମୁଖ ତୈଳ କମ୍ପାନୀର ପ୍ରତିନିଧିମାନେ ବୈଠକରେ ଉପସ୍ଥିତ ଥିଲେ। ସେମାନେ ନିଶ୍ଚିତ କରିଛନ୍ତି ଯେ ରାଜ୍ୟର ବିଭିନ୍ନ ବୋଟଲିଂ ପ୍ଲାଣ୍ଟରେ ପର୍ଯ୍ୟାପ୍ତ ଗ୍ୟାସ ରହିଛି।

ତେବେ ଏହାରି ଭିତରେ ପ୍ରତିଦିନର ଗ୍ୟାସ ସିଲିଣ୍ଡର ଷ୍ଟକ ରିପୋର୍ଟ ମାଗିଛନ୍ତି ରାଜ୍ୟ ସରକାର। ପ୍ରତିଦିନ PSUମାନେ LPG ଷ୍ଟକ ନେଇ ସରକାରଙ୍କୁ ରିପୋର୍ଟ କରିବେ। ତୈଳ କମ୍ପାନୀ ସହ ବୈଠକ ପରେ ଯୋଗାଣ ସଚିବ ସଞ୍ଜୟ ସିଂଙ୍କ ସୂଚନା। ସେ କହିଛନ୍ତି, ଘରୋଇ LPG ଅସୁିଧା ହେବନି, ଆଗୁଆ ଶିକ୍ଷାନୁଷ୍ଠାନ ଓ ହସ୍ପିଟାଲକୁ ଗ୍ୟାସ ଦିଆଯିବ। ଗ୍ୟାସ ବୁକିଂରେ ଅସୁବିଧା ହେଲେ ସରକାରଙ୍କ ଦୃଷ୍ଟିକୁ ଆଣିବାକୁ ପରାମର୍ଶ ଦିଆଯିବ ବୋଲି ସେ କହିଛନ୍ତି।

ସୂଚନାଥାଉ କି, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ପରିସ୍ଥିତି ଯୋଗୁଁ ଅନ୍ତର୍ଜାତୀୟ ସ୍ତରରେ ଗ୍ୟାସ ଓ ପେଟ୍ରୋଲିୟମ ସାମଗ୍ରୀର ଯୋଗାଣ ପ୍ରଭାବିତ ହେବା ନେଇ ଆଶଙ୍କା ପ୍ରକାଶ ପାଇଥିଲା। ଏହି ଖବର ପ୍ରସାରିତ ହେବା ପରେ କିଛି ସ୍ଥାନରେ ଲୋକମାନେ ଆଗୁଆ ସିଲିଣ୍ଡର ବୁକିଂ କରିବା (Panic Buying) ରମ୍ଭ କରିଥିଲେ। ଫଳରେ ବଜାରରେ ଏକ କୃତ୍ରିମ ସଙ୍କଟ ଦେଖାଦେଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?