IAS ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ନେଲେ ସରକାର

ଭୁବନେଶ୍ୱର,୧୭ା୧୨(ଅନିଲ ଦାସ): ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସଚିବ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ ପ୍ରମୁଖ ସଚିବ ପଦବୀରୁ ହଟାଇ ଦେଇଛନ୍ତି। ତାଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି( ଓଏସ୍‌ଡି) ଭାବେ ବଦଳି କରାଯାଇଛି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତାଙ୍କ ନାମରେ ଟେଣ୍ଡର ଫିକ୍ସିଂ ଭଳି ମାମଲାରେ ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଥିବା ଚର୍ଚ୍ଚା କୁହାଯାଉଛି।

ସେହିପରି ନିକଟରେ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୯୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସଞ୍ଜୀବ କୁମାର ମିଶ୍ରଙ୍କୁ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଏଥିସହିତ ସେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଅନ୍ୟପକ୍ଷରେ ଆନ୍ତଃରାଜ୍ୟ କ୍ୟାଡର ଡେପୁଟେଶନରୁ ଫେରିଥିବା ୨୦୦୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ କେନ୍ଦ୍ର ସରକାର ମନୋଜଙ୍କୁ ଓଡ଼ିଶାକୁ ଫେରାଇ ଦେଇଛନ୍ତି।

ଏଠାରେ ଉଲ୍ଲେଖଯୋଗ୍ୟ, ଲାଞ୍ଚ କାରବାର ଓ ଟେଣ୍ଡର ଫିକ୍ସିଂ ମାମଲାରେ ସିବିଆଇ ଗତ ୧୦ ତାରିଖରେ ବିଷ୍ଣୁପଦ ସେଠୀଙ୍କୁ ହାଜର ପାଇଁ ନୋଟିସ୍‌ ଦେଇଥିବା କୁହାଯାଉଛି। ତେବେ ବିଷ୍ଣୁପଦ ସିବିଆଇ ନିକଟରେ ହାଜର ହୋଇ ନ ଥିଲେ। ଗଣମାଧ୍ୟମରେ ଚର୍ଚ୍ଚା ପରେ ରାଜ୍ୟ ସରକାର ତାଙ୍କ ଉପରେ ନ୍ୟସ୍ତ ଥିବା ସମସ୍ତ ବିଭାଗରୁ ହଟାଇ ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଭାବେ ଅବସ୍ଥାପିତ କରିଛନ୍ତି । ବିଷ୍ଣୁପଦଙ୍କୁ ମଧ୍ୟ ପୂର୍ବରୁ ଏଭଳି ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯାଇଥିଲା । ୨୦୨୩ରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଥିବାବେଳେ ବିଷ୍ଣୁପଦଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିବା ପରେ ତତ୍କାଳୀନ ସରକାର ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଭାବେ ବଦଳି କରି ଦେଇଥିଲେ। ୨୦୨୩ ଜୁନ୍‌ରୁ ଅକ୍ଟୋବର ପର୍ଯ୍ୟନ୍ତ ସେ ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଭାବେ ନିଯୁକ୍ତି ପାଇଥିଲେ। ପରେ ତାଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri