IAS ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ନେଲେ ସରକାର

ଭୁବନେଶ୍ୱର,୧୭ା୧୨(ଅନିଲ ଦାସ): ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସଚିବ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ ପ୍ରମୁଖ ସଚିବ ପଦବୀରୁ ହଟାଇ ଦେଇଛନ୍ତି। ତାଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି( ଓଏସ୍‌ଡି) ଭାବେ ବଦଳି କରାଯାଇଛି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତାଙ୍କ ନାମରେ ଟେଣ୍ଡର ଫିକ୍ସିଂ ଭଳି ମାମଲାରେ ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଥିବା ଚର୍ଚ୍ଚା କୁହାଯାଉଛି।

ସେହିପରି ନିକଟରେ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୯୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସଞ୍ଜୀବ କୁମାର ମିଶ୍ରଙ୍କୁ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଏଥିସହିତ ସେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଅନ୍ୟପକ୍ଷରେ ଆନ୍ତଃରାଜ୍ୟ କ୍ୟାଡର ଡେପୁଟେଶନରୁ ଫେରିଥିବା ୨୦୦୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ କେନ୍ଦ୍ର ସରକାର ମନୋଜଙ୍କୁ ଓଡ଼ିଶାକୁ ଫେରାଇ ଦେଇଛନ୍ତି।

ଏଠାରେ ଉଲ୍ଲେଖଯୋଗ୍ୟ, ଲାଞ୍ଚ କାରବାର ଓ ଟେଣ୍ଡର ଫିକ୍ସିଂ ମାମଲାରେ ସିବିଆଇ ଗତ ୧୦ ତାରିଖରେ ବିଷ୍ଣୁପଦ ସେଠୀଙ୍କୁ ହାଜର ପାଇଁ ନୋଟିସ୍‌ ଦେଇଥିବା କୁହାଯାଉଛି। ତେବେ ବିଷ୍ଣୁପଦ ସିବିଆଇ ନିକଟରେ ହାଜର ହୋଇ ନ ଥିଲେ। ଗଣମାଧ୍ୟମରେ ଚର୍ଚ୍ଚା ପରେ ରାଜ୍ୟ ସରକାର ତାଙ୍କ ଉପରେ ନ୍ୟସ୍ତ ଥିବା ସମସ୍ତ ବିଭାଗରୁ ହଟାଇ ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଭାବେ ଅବସ୍ଥାପିତ କରିଛନ୍ତି । ବିଷ୍ଣୁପଦଙ୍କୁ ମଧ୍ୟ ପୂର୍ବରୁ ଏଭଳି ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯାଇଥିଲା । ୨୦୨୩ରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଥିବାବେଳେ ବିଷ୍ଣୁପଦଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିବା ପରେ ତତ୍କାଳୀନ ସରକାର ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଭାବେ ବଦଳି କରି ଦେଇଥିଲେ। ୨୦୨୩ ଜୁନ୍‌ରୁ ଅକ୍ଟୋବର ପର୍ଯ୍ୟନ୍ତ ସେ ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଭାବେ ନିଯୁକ୍ତି ପାଇଥିଲେ। ପରେ ତାଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?