ଏଚ୍‌ଏସ୍‌ଆର୍‌ପି ଅବଧି ମାସେ ବଢ଼ିଲା

ଭୁବନେଶ୍ୱର(ବ୍ୟୁରୋ)/କଟକ ଅଫିସ, ୧।୧୦: ଜନ ଅସନ୍ତୋଷକୁ ଦେଖି ରାଜ୍ୟ ସରକାର ହାଇସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚଏସ୍‌ଆରପି) ଲଗାଇବା ଅବଧି ଆଉ ୧ ମାସ ବୃଦ୍ଧି କରିଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ପରିବହନ ପ୍ରାଧିକରଣ (ଏସଟିଏ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତି ଅନୁଯାୟୀ ଯେଉଁ ଗାଡ଼ି ଗୁଡ଼ିକର ନମ୍ବରର ଶେଷ ଅଙ୍କ ୧,୨,୩ ଓ ୪ ରହିଛି, ସଗୁଡିକରେ ଏଚଏସ୍‌ଆରପି ଲଗାଇବା ପାଇଁ ଆସନ୍ତା ଅକ୍ଟୋବର ୩୧ ତାରିଖ ଯାଏ ବୃଦ୍ଧି କରାଯାଇଛି। ସେହିପରି ଯେଉଁମାନଙ୍କ ଗାଡ଼ି ନମ୍ବରର ଶେଷ ଅଙ୍କ ୫ ଓ ୬ ରହିଛି, ସେମାନଙ୍କ ପାଇଁ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲଗାଇବାର ସମୟସୀମା ୩୦ ନଭେମ୍ବର, ଶେଷ ଅଙ୍କ ୭ ଓ ୮ ଥିବା ଗାଡ଼ିଗୁଡ଼ିକରେ ପ୍ଲେଟ୍‌ ଲଗାଇବା ପାଇଁ ଶେଷ ତାରିଖ ଡିସେମ୍ବର ୩୧ ରଖାଯାଇଛି। ଯେଉଁ ଗାଡ଼ି ଗୁଡ଼ିକର ନମ୍ବରର ଶେଷ ଅଙ୍କ ୯ ଓ ‘୦’ଥିବ, ସେଗୁଡ଼ିକରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲଗାଇବା ପାଇଁ ସମୟସୀମାକୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ବଢାଯାଇଛି।
ପୂର୍ବ ଘୋଷଣା ଅନୁଯାୟୀ ଅକ୍ଟୋବର ପହିଲାରୁ ଏସ୍‌ଏଚ୍‌ଆର୍‌ପି ଲଗାଇ ନ ଥିବା ଗାଡିଗୁଡିକୁ ଜରିମାନା ଗଣିବାକୁ ପଡ଼ିଥାଆନ୍ତା। ଅବଶ୍ୟ ଯେଉଁମାନେ ନମ୍ବର ପ୍ଲେଟ୍‌ ପାଇଁ ସ୍ଲଟ୍‌ ବୁକ୍‌ କରିଥିବେ, ସେମାନଙ୍କୁ ଫାଇନ୍‌ ଦେବାକୁ ପଡ଼ିବନି ବୋଲି ଏସଟିଏ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା।
ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଜରିଆରେ ଶୁକ୍ରବାର ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ଏଥିସହ ସ୍ଲଟ୍‌ ବୁକିଂ ପାଇଁ ଜନସେବା କେନ୍ଦ୍ର ଓ ପୋଷ୍ଟ ଅଫିସକୁ ସାମିଲ କରିବାକୁ ସରକାର ନିଷ୍ପତ୍ତି ନେଇଥିବା ସରକାର କହିଛନ୍ତି। ଏନେଇ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କ ଖଣ୍ଡପୀଠ ଆସନ୍ତା ଅକ୍ଟୋବର ୨୬ ତାରିଖକୁ ଉକ୍ତ ମାମଲାର ପରବର୍ତ୍ତି ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଛନ୍ତି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ରାଜ୍ୟ ସରକାର ହାଇ ସିକ୍ୟୁରିଟି ନମ୍ବର ପ୍ଲେଟର ସ୍ଲଟ ବୁକିଂ ନିମନ୍ତେ ବିକଳ୍ପ ବ୍ୟବସ୍ଥା ସମ୍ପର୍କରେ ଜଣାଇବାକୁ ସେପ୍ଟେମ୍ବର ୨୮ ତାରିଖରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri