ଏଚ୍‌ଏସ୍‌ଆର୍‌ପି ଅବଧି ମାସେ ବଢ଼ିଲା

ଭୁବନେଶ୍ୱର(ବ୍ୟୁରୋ)/କଟକ ଅଫିସ, ୧।୧୦: ଜନ ଅସନ୍ତୋଷକୁ ଦେଖି ରାଜ୍ୟ ସରକାର ହାଇସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚଏସ୍‌ଆରପି) ଲଗାଇବା ଅବଧି ଆଉ ୧ ମାସ ବୃଦ୍ଧି କରିଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ପରିବହନ ପ୍ରାଧିକରଣ (ଏସଟିଏ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତି ଅନୁଯାୟୀ ଯେଉଁ ଗାଡ଼ି ଗୁଡ଼ିକର ନମ୍ବରର ଶେଷ ଅଙ୍କ ୧,୨,୩ ଓ ୪ ରହିଛି, ସଗୁଡିକରେ ଏଚଏସ୍‌ଆରପି ଲଗାଇବା ପାଇଁ ଆସନ୍ତା ଅକ୍ଟୋବର ୩୧ ତାରିଖ ଯାଏ ବୃଦ୍ଧି କରାଯାଇଛି। ସେହିପରି ଯେଉଁମାନଙ୍କ ଗାଡ଼ି ନମ୍ବରର ଶେଷ ଅଙ୍କ ୫ ଓ ୬ ରହିଛି, ସେମାନଙ୍କ ପାଇଁ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲଗାଇବାର ସମୟସୀମା ୩୦ ନଭେମ୍ବର, ଶେଷ ଅଙ୍କ ୭ ଓ ୮ ଥିବା ଗାଡ଼ିଗୁଡ଼ିକରେ ପ୍ଲେଟ୍‌ ଲଗାଇବା ପାଇଁ ଶେଷ ତାରିଖ ଡିସେମ୍ବର ୩୧ ରଖାଯାଇଛି। ଯେଉଁ ଗାଡ଼ି ଗୁଡ଼ିକର ନମ୍ବରର ଶେଷ ଅଙ୍କ ୯ ଓ ‘୦’ଥିବ, ସେଗୁଡ଼ିକରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲଗାଇବା ପାଇଁ ସମୟସୀମାକୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ବଢାଯାଇଛି।
ପୂର୍ବ ଘୋଷଣା ଅନୁଯାୟୀ ଅକ୍ଟୋବର ପହିଲାରୁ ଏସ୍‌ଏଚ୍‌ଆର୍‌ପି ଲଗାଇ ନ ଥିବା ଗାଡିଗୁଡିକୁ ଜରିମାନା ଗଣିବାକୁ ପଡ଼ିଥାଆନ୍ତା। ଅବଶ୍ୟ ଯେଉଁମାନେ ନମ୍ବର ପ୍ଲେଟ୍‌ ପାଇଁ ସ୍ଲଟ୍‌ ବୁକ୍‌ କରିଥିବେ, ସେମାନଙ୍କୁ ଫାଇନ୍‌ ଦେବାକୁ ପଡ଼ିବନି ବୋଲି ଏସଟିଏ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା।
ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଜରିଆରେ ଶୁକ୍ରବାର ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ଏଥିସହ ସ୍ଲଟ୍‌ ବୁକିଂ ପାଇଁ ଜନସେବା କେନ୍ଦ୍ର ଓ ପୋଷ୍ଟ ଅଫିସକୁ ସାମିଲ କରିବାକୁ ସରକାର ନିଷ୍ପତ୍ତି ନେଇଥିବା ସରକାର କହିଛନ୍ତି। ଏନେଇ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କ ଖଣ୍ଡପୀଠ ଆସନ୍ତା ଅକ୍ଟୋବର ୨୬ ତାରିଖକୁ ଉକ୍ତ ମାମଲାର ପରବର୍ତ୍ତି ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଛନ୍ତି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ରାଜ୍ୟ ସରକାର ହାଇ ସିକ୍ୟୁରିଟି ନମ୍ବର ପ୍ଲେଟର ସ୍ଲଟ ବୁକିଂ ନିମନ୍ତେ ବିକଳ୍ପ ବ୍ୟବସ୍ଥା ସମ୍ପର୍କରେ ଜଣାଇବାକୁ ସେପ୍ଟେମ୍ବର ୨୮ ତାରିଖରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri