ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି। କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ ଓ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାର ସରଳୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହର ଲକ୍ଷ୍ୟ ରଖାଯାଇଛି । ଏହାକୁ ଦୃଷ୍ଟିରେ ରଖି ଚାଷୀଙ୍କ ସୁବିଧା ପାଇଁ ମଣ୍ଡିରେ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ । ସଂଗୃହିତ ଧାନକୁ ସୁରକ୍ଷିତ ରଖିବା ନିମନ୍ତେ ପର୍ଯ୍ୟାପ୍ତ ଗୋଦାମ ଗୃହ ନିର୍ମାଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । କୃଷକ ମାନଙ୍କ ସର୍ବାଧିକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ସଂପ୍ରତି ରାଜ୍ୟରେ ୬୮ ଲକ୍ଷ ମେଟ୍ରିକ ଟନ୍‌ ଧାନ ଉତ୍ପାଦନ ହେଉଛି । ଧାନ ମଣ୍ଡିକୁ ଯିବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହାର ମୂଲ୍ୟ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପଠାଯାଉଛି । ଏହି ପ୍ରକ୍ରିୟାରେ ଅଧିକ ସ୍ୱଚ୍ଛତା ଅବଲମ୍ବନ କରିବା ପାଇଁ ମଣ୍ଡିରେ ଧାନ ସଂଗ୍ରହରେ ବାୟୋମେଟି୍ରକ୍‌ ପଦ୍ଧତି ଓ ଆଧାର ସଂଯୋଗୀକରଣ ବ୍ୟବସ୍ଥା ହୋଇଛି । ଇ-ବାହନ ଆପ୍‌ ଯୋଗେ ଧାନସଂଗ୍ରହ କରୁଥିବା ଗାଡ଼ିର ଜିପିଏସ୍‌ ସହାୟତାରେ ଟ୍ରାକିଂ କରାଯିବ । ଏହା ଦ୍ୱାରା ମଧ୍ୟସ୍ଥି ଓ ଦଲାଲଙ୍କ ଦୌରାତ୍ମ୍ୟ କମିବ । ଧାନସଂଗ୍ରହ ସମୟରେ ଧାନର ଗୁଣବତ୍ତା ଯାଞ୍ଚ କରିବା ପାଇଁ ‘ଅଟୋମେଟିକ୍‌ ଗ୍ରେନ୍‌ ଆନାଲାଇଜର’ର ବ୍ୟବସ୍ଥା ରହିବ ।

ଏହାର ପ୍ରକ୍ରିୟାକରଣ ସମୟରେ କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟଯୋଗାଣ, ପଞ୍ଚାୟତିରାଜ, ରାଜସ୍ୱ ଆଦି ବିଭାଗର ଅଧିକାରୀମାନେ ଜିଲାମାନଙ୍କୁ ଯାଇ କ୍ଷେତ୍ର ସ୍ତରରେ ପ୍ରତ୍ୟକ୍ଷ ଯାଞ୍ଚ କରିବେ ଏବଂ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ପିପିପି ମୋଡ଼୍‌ରେ ଗୋଦାମ ଗୃହ ନିର୍ମାଣ କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା ।

ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର ଦେଓ ରଞ୍ଜନ କୁମାର ସିଂହଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଏବଂ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri