ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି। କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ ଓ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାର ସରଳୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହର ଲକ୍ଷ୍ୟ ରଖାଯାଇଛି । ଏହାକୁ ଦୃଷ୍ଟିରେ ରଖି ଚାଷୀଙ୍କ ସୁବିଧା ପାଇଁ ମଣ୍ଡିରେ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ । ସଂଗୃହିତ ଧାନକୁ ସୁରକ୍ଷିତ ରଖିବା ନିମନ୍ତେ ପର୍ଯ୍ୟାପ୍ତ ଗୋଦାମ ଗୃହ ନିର୍ମାଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । କୃଷକ ମାନଙ୍କ ସର୍ବାଧିକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ସଂପ୍ରତି ରାଜ୍ୟରେ ୬୮ ଲକ୍ଷ ମେଟ୍ରିକ ଟନ୍‌ ଧାନ ଉତ୍ପାଦନ ହେଉଛି । ଧାନ ମଣ୍ଡିକୁ ଯିବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହାର ମୂଲ୍ୟ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପଠାଯାଉଛି । ଏହି ପ୍ରକ୍ରିୟାରେ ଅଧିକ ସ୍ୱଚ୍ଛତା ଅବଲମ୍ବନ କରିବା ପାଇଁ ମଣ୍ଡିରେ ଧାନ ସଂଗ୍ରହରେ ବାୟୋମେଟି୍ରକ୍‌ ପଦ୍ଧତି ଓ ଆଧାର ସଂଯୋଗୀକରଣ ବ୍ୟବସ୍ଥା ହୋଇଛି । ଇ-ବାହନ ଆପ୍‌ ଯୋଗେ ଧାନସଂଗ୍ରହ କରୁଥିବା ଗାଡ଼ିର ଜିପିଏସ୍‌ ସହାୟତାରେ ଟ୍ରାକିଂ କରାଯିବ । ଏହା ଦ୍ୱାରା ମଧ୍ୟସ୍ଥି ଓ ଦଲାଲଙ୍କ ଦୌରାତ୍ମ୍ୟ କମିବ । ଧାନସଂଗ୍ରହ ସମୟରେ ଧାନର ଗୁଣବତ୍ତା ଯାଞ୍ଚ କରିବା ପାଇଁ ‘ଅଟୋମେଟିକ୍‌ ଗ୍ରେନ୍‌ ଆନାଲାଇଜର’ର ବ୍ୟବସ୍ଥା ରହିବ ।

ଏହାର ପ୍ରକ୍ରିୟାକରଣ ସମୟରେ କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟଯୋଗାଣ, ପଞ୍ଚାୟତିରାଜ, ରାଜସ୍ୱ ଆଦି ବିଭାଗର ଅଧିକାରୀମାନେ ଜିଲାମାନଙ୍କୁ ଯାଇ କ୍ଷେତ୍ର ସ୍ତରରେ ପ୍ରତ୍ୟକ୍ଷ ଯାଞ୍ଚ କରିବେ ଏବଂ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ପିପିପି ମୋଡ଼୍‌ରେ ଗୋଦାମ ଗୃହ ନିର୍ମାଣ କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା ।

ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର ଦେଓ ରଞ୍ଜନ କୁମାର ସିଂହଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଏବଂ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?