ଭୁବନେଶ୍ୱରରେ ୩୦ ଜିଲା ପାଇଁ ପୃଥକ ଅତିଥି ଭବନ ନିର୍ମାଣ କରିବେ ସରକାର, ଉପକୃତ ହେବେ ଲୋକେ

ଭୁବନେଶ୍ୱର, ୮ା୬: ଓଡ଼ିଶା ରାଜଧାନୀକୁ ବିଭିନ୍ନ ଉଦ୍ଦେଶ୍ୟରେ ଆସୁଥିବା ଲୋକଙ୍କ ପାଇଁ ସୁଲଭ ବାସସ୍ଥାନ ଯୋଗାଇବା ନିମନ୍ତେ ରାଜ୍ୟ ସରକାର ଭୁବନେଶ୍ୱରରେ ୩୦ଟି ଅତିଥି ଭବନ ନିର୍ମାଣ କରିବ। ରବିବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହା ପ୍ରକାଶ କରିଛନ୍ତି।

ରାଜ୍ୟ ସରକାର ସମସ୍ତ ୩୦ଟି ଜିଲାର ଲୋକଙ୍କ ପାଇଁ ପୃଥକ ଅତିଥି ଭବନ ନିର୍ମାଣ କରିବେ। ପ୍ରତ୍ୟେକ ଅତିଥି ଭବନରେ ୧୦୦ଟି କୋଠରୀ ରହିବ, ଯାହା ସ୍ୱାସ୍ଥ୍ୟ ସେବା କିମ୍ବା ଅନ୍ୟ କୌଣସି ଉଦ୍ଦେଶ୍ୟରେ ରାଜଧାନୀକୁ ଆସୁଥିବା ଲୋକଙ୍କ ପାଇଁ ଉଦ୍ଦିଷ୍ଟ ହେବ, ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି।

“ଏହି ଲୋକମାନେ ପ୍ରାୟତଃ ରାଜଧାନୀରେ ସ୍ୱଳ୍ପ ସମୟ ରହିବା ପାଇଁ ଅସୁବିଧାର ସମ୍ମୁଖୀନ ହୁଅନ୍ତି। କେତେକ ସମୟରେ ସେମାନେ ହୋଟେଲ ଓ ଲଜରେ ବାସସ୍ଥାନ ପାଇଁ ବହୁତ ଅର୍ଥ ଖର୍ଚ୍ଚ କରିବାକୁ ବାଧ୍ୟ ହୁଅନ୍ତି। ୩୦ଟି ଅତିଥି ଭବନ ନିର୍ମାଣ ସହିତ ଏହି ସମସ୍ୟାଗୁଡ଼ିକର ସମାଧାନ ହେବ,” ସେ କହିଛନ୍ତି।

ରାଜ୍ୟ ସରକାର ପ୍ରତ୍ୟେକ ଜିଲା ପାଇଁ ଏକ ଅତିଥି ଭବନ ନିର୍ମାଣ କରିବ। ପ୍ରତ୍ୟେକ ଅତିଥି ଭବନର ନାମ ଏକ ଜିଲ୍ଲାର ନାମାନୁଷାରେ ରଖାଯିବ, ବୋଲି ପୂଜାରୀ ପ୍ରକାଶ କରିଛନ୍ତି।

“ଏହି ଅତିଥି ଭବନଗୁଡ଼ିକରେ ମୋଟ ୩,୦୦୦ କୋଠରୀ ରହିବ, ଯାହା ରାଜ୍ୟର ଦୂରଦୂରାନ୍ତରୁ ବିଭିନ୍ନ ସେବା ଗ୍ରହଣ କରିବା ପାଇଁ ରାଜଧାନୀକୁ ଆସୁଥିବା ଲୋକଙ୍କ ପାଇଁ ଉପଲବ୍ଧ ହେବ,” ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ବ୍ଲକ୍‌ରେ ନାହିଁ ଶିଶୁଉଦ୍ୟାନ, ଖେଳପଡ଼ିଆ, ପଠାଗାର ଶିଶୁ, ଯୁବଗୋଷ୍ଠୀଙ୍କ ମାନସିକ ଓ ଶାରିରୀକ ବିକାଶରେ ବାଧା

ନନ୍ଦପୁର,୧୬ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୩ ପଞ୍ଚାୟତବାସୀ, ଶିଶୁ, କିଶୋର, ମହିଳା, ଯୁବଗୋଷ୍ଠୀ ଓ ବୃଦ୍ଧାବୃଦ୍ଧଙ୍କ ପାଇଁ କୌଣସି ଚିତ୍ତ ବିନୋଦନର…

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି।…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

SCB ଅଗ୍ନିକାଣ୍ଡ: ପ୍ରଧାନମନ୍ତ୍ରୀଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ନେଇ ଅବଗତ….

ଭୁବନେଶ୍ବର,୧୬।୩(ସୁନିତ୍‌ ମିଶ୍ର):  କଟକ ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ  ୧୦ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ…

SCB ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri