ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଚାର ପ୍ରସାର ପାଇଁ ଖର୍ଚ୍ଚ ହେବ ₹୧୫୫ କୋଟି

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର, ପ୍ରସାର ଓ ସଂରକ୍ଷଣ ଏବଂ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଆଭିମୁଖ୍ୟ ବିଷୟରେ ଜନସାଧାରଣ ଏବଂ ଭବିଷ୍ୟତ ପିଢ଼ିକୁ ସଚେତନ କରିବା ପାଇଁ ୨୦୨୪ ଜାନୟାରୀ ୧୭ରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଉକ୍ତ ଲୋକାର୍ପଣ ସମାରୋହରେ ପ୍ରତ୍ୟେକ ଗ୍ରାମପଞ୍ଚାୟତରୁ ଜନସାଧାରଣ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଏଥିନିମନ୍ତେ ୨୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏଥିସହିତ ଗ୍ରାମ ପଞ୍ଚାୟତ ଏବଂ ବ୍ଲକ ସ୍ତରରେ ବିଭିନ୍ନ ଟିଇସି କାର୍ଯ୍ୟକ୍ରମ ନିମନ୍ତେ ୧୩୫.୮୮ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଏଥିପାଇଁ ପୂର୍ବ ଅନୁମୋଦିତ ବଜେଟ ୪୦୦୦ କୋଟି ଟଙ୍କାରୁ ୪୨୧୪ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଅଂଶଗ୍ରହଣ ଲାଗି ଗ୍ରାମାଞ୍ଚଳର ସର୍ବାଙ୍ଗୀନ ବିକାଶ ପାଇଁ ରାଜ୍ୟ ସରକାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ପୂର୍ବରୁ ଆରମ୍ଭ କରିଥିଲେ ।

ଏହି ଗ୍ରାମୀଣ ଓଡ଼ିଶାର ରୂପାନ୍ତରଣ ଯାତ୍ରାକୁ ଆଗକୁ ନେବା ସହିତ ଓଡ଼ିଶାର ସମୃଦ୍ଧ ଜଗନ୍ନାଥ ସଂସ୍କୃତିକୁ ବିଶ୍ବବ୍ୟାପକ କରିବା ନିମନ୍ତେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରାଜ୍ୟ ସରକାରଙ୍କ ଏକ ଅଭିନବ ପ୍ରୟାସ । ଉକ୍ତ ପ୍ରସ୍ତାବ ସହିତ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୩ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?