ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନରେ ବ୍ୟାପକ ସଂଶୋଧନ କରାଯାଇ ଏକ ନୂତନ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’ ଅଣାଯିବ। ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି।

ବର୍ତ୍ତମାନ ପ୍ରଚଳିତ ବିଭିନ୍ନ ଜଟିଳ ରାଜସ୍ୱ ଆଇନକୁ ଅଧ୍ୟୟନ କରାଯାଇ ସେଗୁଡ଼ିକୁ ଏକ ଶକ୍ତ ଆଇନଗତ ଢାଞ୍ଚା ମଧ୍ୟକୁ ଅଣାଯିବ। ‘ଓଡ଼ିଶା ପ୍ରିଭେନସନ୍ ଅଫ୍ ଲ୍ୟାଣ୍ଡ ଏନକ୍ରୋଚମେଣ୍ଟ ଆକ୍ଟ’ (OPLE) ଏବଂ ‘ଓଡ଼ିଶା ସରକାର ଲ୍ୟାଣ୍ଡ ସେଟଲମେଣ୍ଟ ଆକ୍ଟ’ରେ ପରିବର୍ତ୍ତନ କରାଯିବ। ଏହି ନୂଆ ଆଇନ ଦ୍ୱାରା ଜମିଜମା ବିବାଦର ସ୍ଥାୟୀ ସମାଧାନ ହେବା ସହ ଜମି ବନ୍ଦୋବସ୍ତ ପ୍ରକ୍ରିୟା ଅଧିକ ଦ୍ରୁତ ହେବ।

ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ନୂଆ ଆଇନର ଡ୍ରାଫ୍ଟ ବା ଚିଠା ପ୍ରସ୍ତୁତ ସରିଛି। ଏହାକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ନିମ୍ନଲିଖିତ ପଦକ୍ଷେପ ନିଆଯିବ। ଅନୁମୋଦନ ପରେ ଚିଠା ପ୍ରସ୍ତାବକୁ ଏକ ମାସ ପାଇଁ ୱେବସାଇଟରେ ରଖାଯାଇ ଲୋକଙ୍କ ମତାମତ ଲୋଡ଼ାଯିବ। ସମସ୍ତଙ୍କ ମତାମତ ପରେ ଏହା ଆଇନ ବିଭାଗକୁ ଯିବ ଏବଂ ପରେ କ୍ୟାବିନେଟ୍‌ର ମୋହର ବାଜିବ। ଆସନ୍ତା ବିଧାନସଭା ଅଧିବେଶନରେ ଏହି ବିଲ୍ ଉପସ୍ଥାପନ କରାଯିବ ଏବଂ ପାସ୍ ହେବା ପରେ ଏହା ନୂଆ ଆଇନରେ ପରିଣତ ହେବ।

ବ୍ରିଟିଶ ଅମଳରୁ ରହିଆସିଥିବା ପୁରୀର ଜଟିଳ ଜମି ସମସ୍ୟା ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ଜମି ସମ୍ପର୍କିତ ବିବାଦର ସମାଧାନ ପାଇଁ ସରକାର ଏକ ସ୍ୱତନ୍ତ୍ର ଓ ସୁଚିନ୍ତିତ ଆଭିମୁଖ୍ୟ ଗ୍ରହଣ କରିବେ। ଜବରଦଖଲ ରୋକିବା ପାଇଁ ତହସିଲଦାରମାନଙ୍କୁ ଅଧିକ କ୍ଷମତା ଦିଆଯିବା ନେଇ ମଧ୍ୟ ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri