ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନରେ ବ୍ୟାପକ ସଂଶୋଧନ କରାଯାଇ ଏକ ନୂତନ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’ ଅଣାଯିବ। ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି।

ବର୍ତ୍ତମାନ ପ୍ରଚଳିତ ବିଭିନ୍ନ ଜଟିଳ ରାଜସ୍ୱ ଆଇନକୁ ଅଧ୍ୟୟନ କରାଯାଇ ସେଗୁଡ଼ିକୁ ଏକ ଶକ୍ତ ଆଇନଗତ ଢାଞ୍ଚା ମଧ୍ୟକୁ ଅଣାଯିବ। ‘ଓଡ଼ିଶା ପ୍ରିଭେନସନ୍ ଅଫ୍ ଲ୍ୟାଣ୍ଡ ଏନକ୍ରୋଚମେଣ୍ଟ ଆକ୍ଟ’ (OPLE) ଏବଂ ‘ଓଡ଼ିଶା ସରକାର ଲ୍ୟାଣ୍ଡ ସେଟଲମେଣ୍ଟ ଆକ୍ଟ’ରେ ପରିବର୍ତ୍ତନ କରାଯିବ। ଏହି ନୂଆ ଆଇନ ଦ୍ୱାରା ଜମିଜମା ବିବାଦର ସ୍ଥାୟୀ ସମାଧାନ ହେବା ସହ ଜମି ବନ୍ଦୋବସ୍ତ ପ୍ରକ୍ରିୟା ଅଧିକ ଦ୍ରୁତ ହେବ।

ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ନୂଆ ଆଇନର ଡ୍ରାଫ୍ଟ ବା ଚିଠା ପ୍ରସ୍ତୁତ ସରିଛି। ଏହାକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ନିମ୍ନଲିଖିତ ପଦକ୍ଷେପ ନିଆଯିବ। ଅନୁମୋଦନ ପରେ ଚିଠା ପ୍ରସ୍ତାବକୁ ଏକ ମାସ ପାଇଁ ୱେବସାଇଟରେ ରଖାଯାଇ ଲୋକଙ୍କ ମତାମତ ଲୋଡ଼ାଯିବ। ସମସ୍ତଙ୍କ ମତାମତ ପରେ ଏହା ଆଇନ ବିଭାଗକୁ ଯିବ ଏବଂ ପରେ କ୍ୟାବିନେଟ୍‌ର ମୋହର ବାଜିବ। ଆସନ୍ତା ବିଧାନସଭା ଅଧିବେଶନରେ ଏହି ବିଲ୍ ଉପସ୍ଥାପନ କରାଯିବ ଏବଂ ପାସ୍ ହେବା ପରେ ଏହା ନୂଆ ଆଇନରେ ପରିଣତ ହେବ।

ବ୍ରିଟିଶ ଅମଳରୁ ରହିଆସିଥିବା ପୁରୀର ଜଟିଳ ଜମି ସମସ୍ୟା ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ଜମି ସମ୍ପର୍କିତ ବିବାଦର ସମାଧାନ ପାଇଁ ସରକାର ଏକ ସ୍ୱତନ୍ତ୍ର ଓ ସୁଚିନ୍ତିତ ଆଭିମୁଖ୍ୟ ଗ୍ରହଣ କରିବେ। ଜବରଦଖଲ ରୋକିବା ପାଇଁ ତହସିଲଦାରମାନଙ୍କୁ ଅଧିକ କ୍ଷମତା ଦିଆଯିବା ନେଇ ମଧ୍ୟ ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?