ଅବଧି ୧୦ ଦିନ ବୃଦ୍ଧି ପାଇଁ ୟୁଜିସିକୁ ଅନୁରୋଧ

ଭୁବନେଶ୍ୱର, ୨।୯(ବ୍ୟୁରୋ): ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୩୦ ସୁଦ୍ଧା ସାରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଧାର୍ଯ୍ୟ କରାଯାଇଛି। ହେଲେ ଏହାକୁ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ୟୁଜିସି କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଶ୍ୱତ ମିଶ୍ର ଏହି ମର୍ମରେ ଏକ ଅନୁରୋଧପତ୍ର ୟୁଜିସି ସଚିବଙ୍କ ନିକଟକୁ ପଠାଇଛନ୍ତି।
କୋଭିଡ୍‌-୧୯ ସ୍ଥିତିରେ ସରକାରଙ୍କ ପକ୍ଷରୁ ଜାରି ମାର୍ଗଦର୍ଶିକାର ଅନୁପାଳନ ଓ ସାମାଜିକ ଦୂରତ୍ୱ ବଜାୟ ରଖି ୟୁଜିସି ଦ୍ୱାରା ଧାର୍ଯ୍ୟ ସମୟସୀମା ମଧ୍ୟରେ ସମସ୍ତ ପରୀକ୍ଷା ଶେଷ କରିବା କଷ୍ଟକର ବୋଲି ଅଗଷ୍ଟ ୩୧ରେ ଅନୁଷ୍ଠିତ ବୈଠକରେ ବିଶ୍ୱବିଦ୍ୟାଳୟ କୁଳପତି ଓ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷମାନେ ମତ ଦେଇଥିଲେ। ପରୀକ୍ଷା ପରିଚାଳନା ପ୍ରସ୍ତୁତି ନିମନ୍ତେ ଅନ୍ତତଃ ୨୦ ଦିନ ଆବଶ୍ୟକ ହୋଇଥାଏ। ସେପ୍ଟେମ୍ବର ୩୦ ମଧ୍ୟରେ ସମସ୍ତ ପରୀକ୍ଷା ଶେଷ କରିବାକୁ ହେଲେ ଗୋଟିଏ ଦିନରେ ଏକାଧିକ ପରୀକ୍ଷା କରିବାକୁ ପଡ଼ିବ ଓ ଏଥିପାଇଁ ଛାତ୍ରୀଛାତ୍ରଙ୍କ ସମାଗମ ଅଧିକ ହେବ। କୋଭିଡ୍‌ ମାର୍ଗଦର୍ଶିକା ଅନୁପାଳନରେ ସମସ୍ୟା ଦେଖାଦେବ। ତେଣୁ ଅନ୍ତତଃ ପରୀକ୍ଷା ପାଇଁ ଧାର୍ଯ୍ୟ ସମୟସୀମାକୁ ୧୦ଦିନ ବୃଦ୍ଧି କରିବା ପାଇଁ ବୈଠକରେ କୁଳପତିମାନେ ଅନୁରୋଧ କରିଥିଲେ। ଏହାପରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ଥିତିର ସମୀକ୍ଷା କରାଯାଇଥିଲା। ଛାତ୍ରୀଛାତ୍ରଙ୍କ ସମାଗମ ହ୍ରାସ କରାଯିବା ସହ ଯେପରି ପରୀକ୍ଷା କେନ୍ଦ୍ରଗୁଡ଼ିକୁ ଠିକ୍‌ ଭାବରେ ସାନିଟାଇଜ କରିବା ନିମନ୍ତେ ଅନ୍ତତଃପକ୍ଷେ ଗୋଟିଏ ଦିନ ଲେଖାଏ ବ୍ୟବଧାନ ମିଳିପାରିବ, ସେଥିନିମନ୍ତେ ସମୟସୀମା ବୃଦ୍ଧିର ଆବଶ୍ୟକତା ରହିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଆଇନ ଅନୁସାରେ ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ସମୟସୀମା ବୃଦ୍ଧି ନିମନ୍ତେ ୟୁଜିସି କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରିବାକୁ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?