ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଛାଡ଼ିଥିବା ଏବଂ ସ୍କୁଲ୍ ଯାଉନଥିବା ୧୪ ରୁ ୧୮ ବର୍ଷ ବୟସ୍କ ପିଲାମାନଙ୍କ ପାଇଁ ନାମଲେଖା ଏବଂ ପରୀକ୍ଷା ଫି ଛାଡ଼ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

‘ରାଜ୍ୟ ମୁକ୍ତ ବିଦ୍ୟାଳୟ ଶିକ୍ଷା ସଂସ୍ଥାନ’ରେ ନାମ ଲେଖାଉଥିବା ଛାତ୍ରଛାତ୍ରୀମାନେ ଏହି ସୁବିଧା ପାଇପାରିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

ପ୍ରାଥମିକ ସ୍ତରରେ ଯେଉଁ ପିଲାମାନେ ଏକ ସପ୍ତାହରୁ ଅଧିକ ସମୟ ଧରି ସ୍କୁଲ୍‌କୁ ଅନୁପସ୍ଥିତ ରହୁଛନ୍ତି, ସେମାନଙ୍କୁ ଚିହ୍ନଟ କରାଯିବ। ପ୍ରଧାନଶିକ୍ଷକ, ଶିକ୍ଷକ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ସମ୍ପୃକ୍ତ ପିଲାଙ୍କ ଘରକୁ ଯାଇ ପରିବାର ସହ ଆଲୋଚନା କରିବେ। ପିଲାମାନେ କେଉଁ କାରଣରୁ ଦୀର୍ଘ ସମୟ ଧରି ସ୍କୁଲ୍‌କୁ ଆସୁନାହାନ୍ତି, ତାହା ବୁଝିବା ସହ ସେମାନଙ୍କୁ ପୁଣି ଶିକ୍ଷା ବ୍ୟବସ୍ଥାର ମୁଖ୍ୟ ସ୍ରୋତକୁ ଫେରାଇ ଆଣିବା ଏହାର ମୁଖ୍ୟ ଉଦ୍ଦେଶ୍ୟ।

ସିଏଜି ରିପୋର୍ଟ ଅନୁଯାୟୀ, ୨୦୧୮ ରୁ ୨୦୨୩ ମଧ୍ୟରେ ରାଜ୍ୟରେ ୨ୟ ରୁ ୧୨ଶ ଶ୍ରେଣୀ ମଧ୍ୟରେ ଡ୍ରପ୍‌ଆଉଟ୍ ହାର ୩.୧୨% ରୁ ୭.୨୬% ମଧ୍ୟରେ ରହିଛି। ଗତ ୫ ବର୍ଷ ମଧ୍ୟରେ ପ୍ରାୟ ୬୧,୦୦୦ ରୁ ଅଧିକ ଶିଶୁଙ୍କୁ ପୁଣି ଥରେ ବିଦ୍ୟାଳୟକୁ ଫେରାଇ ଅଣାଯାଇ ପାରିନାହିଁ। ଏହି ନୂତନ ନିଷ୍ପତ୍ତି ଦ୍ୱାରା ଅଧାରୁ ପାଠ ଛାଡ଼ିଥିବା ପିଲାମାନେ ଉପକୃତ ହେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri