ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଛାଡ଼ିଥିବା ଏବଂ ସ୍କୁଲ୍ ଯାଉନଥିବା ୧୪ ରୁ ୧୮ ବର୍ଷ ବୟସ୍କ ପିଲାମାନଙ୍କ ପାଇଁ ନାମଲେଖା ଏବଂ ପରୀକ୍ଷା ଫି ଛାଡ଼ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

‘ରାଜ୍ୟ ମୁକ୍ତ ବିଦ୍ୟାଳୟ ଶିକ୍ଷା ସଂସ୍ଥାନ’ରେ ନାମ ଲେଖାଉଥିବା ଛାତ୍ରଛାତ୍ରୀମାନେ ଏହି ସୁବିଧା ପାଇପାରିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

ପ୍ରାଥମିକ ସ୍ତରରେ ଯେଉଁ ପିଲାମାନେ ଏକ ସପ୍ତାହରୁ ଅଧିକ ସମୟ ଧରି ସ୍କୁଲ୍‌କୁ ଅନୁପସ୍ଥିତ ରହୁଛନ୍ତି, ସେମାନଙ୍କୁ ଚିହ୍ନଟ କରାଯିବ। ପ୍ରଧାନଶିକ୍ଷକ, ଶିକ୍ଷକ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ସମ୍ପୃକ୍ତ ପିଲାଙ୍କ ଘରକୁ ଯାଇ ପରିବାର ସହ ଆଲୋଚନା କରିବେ। ପିଲାମାନେ କେଉଁ କାରଣରୁ ଦୀର୍ଘ ସମୟ ଧରି ସ୍କୁଲ୍‌କୁ ଆସୁନାହାନ୍ତି, ତାହା ବୁଝିବା ସହ ସେମାନଙ୍କୁ ପୁଣି ଶିକ୍ଷା ବ୍ୟବସ୍ଥାର ମୁଖ୍ୟ ସ୍ରୋତକୁ ଫେରାଇ ଆଣିବା ଏହାର ମୁଖ୍ୟ ଉଦ୍ଦେଶ୍ୟ।

ସିଏଜି ରିପୋର୍ଟ ଅନୁଯାୟୀ, ୨୦୧୮ ରୁ ୨୦୨୩ ମଧ୍ୟରେ ରାଜ୍ୟରେ ୨ୟ ରୁ ୧୨ଶ ଶ୍ରେଣୀ ମଧ୍ୟରେ ଡ୍ରପ୍‌ଆଉଟ୍ ହାର ୩.୧୨% ରୁ ୭.୨୬% ମଧ୍ୟରେ ରହିଛି। ଗତ ୫ ବର୍ଷ ମଧ୍ୟରେ ପ୍ରାୟ ୬୧,୦୦୦ ରୁ ଅଧିକ ଶିଶୁଙ୍କୁ ପୁଣି ଥରେ ବିଦ୍ୟାଳୟକୁ ଫେରାଇ ଅଣାଯାଇ ପାରିନାହିଁ। ଏହି ନୂତନ ନିଷ୍ପତ୍ତି ଦ୍ୱାରା ଅଧାରୁ ପାଠ ଛାଡ଼ିଥିବା ପିଲାମାନେ ଉପକୃତ ହେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri