ମାଟ୍ରିକ୍‌ ପରୀକ୍ଷା ଫି’ ଛାଡ୍‌

ଭୁବନେଶ୍ବର,୧୨।୧: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ। ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏ ଫିସ ଦେବାକୁ ପଡୁଥିବା ବେଳେ ଏବେ ଏହା ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri