ବିଜେଡି ସରକାରରେ ଓଡ଼ିଶା ଅପରାଧର ସାମ୍ରାଜ୍ୟ ଥିଲା: ଭାଜପା

କଟକ,୧୧ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ କମିଟି ମୁଖ୍ୟ ସ୍ନେହାଙ୍ଗିନୀ ଛୁରିଆ ଗଣବଳାତ୍କାର ଘଟଣାରେ ଭାଜପାକୁ ଟାର୍ଗେଟ କରିଥିବାରୁ ତାଙ୍କୁ ସିଏମ୍‌ସି ୨୬ ନମ୍ବର ଓ୍ବାର୍ଡ କର୍ପୋରେଟର ତଥା ରାଜ୍ୟ ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଗଗନ ଓଝା ଜବାବ ଦେଇଛନ୍ତି। ସେ କହିଛନ୍ତି ସମ୍ପୃକ୍ତ କମିଟି ଉପସ୍ଥାପନ କରିଥିବା ତଥ୍ୟ ଅମୂଳକ। ଯେଉଁଠାରେ ଏହି ଘଟଣା ଘଟିଛି ତାହା ବିଜେଡି କର୍ପୋରେଟରଙ୍କ ଅଞ୍ଚଳ। ବିଜେଡି ସରକାର ସମୟରେ ଅପରାଧର ସାମ୍ରାଜ୍ୟ ପାଲଟିଥିଲା ଓଡ଼ିଶା। କିନ୍ତୁ ମୋହନ ସରକାର ଆସିବା ପରେ ଆପରାଧିକ ଦିଗ ଉପରେ ତ୍ୱରିତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଉଛି। ଏହି ଘଟଣାରେ ବିଜେଡି ଅଯଥା ରାଜନୀତି କରୁଛି। ତୁରନ୍ତ ପୀଡ଼ିତା ଛାତ୍ରୀ କିପରି ନ୍ୟାୟ ପାଇବେ ସେ ଦିଗରେ ଭାଜପା ସରକାର ତତ୍ପର ରହିଛି। ସେହିପରି ଭାଜପା ନେତା ତଥା ରାଜ୍ୟ ଉପସଭାପତି ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, କେବଳ ନିର୍ବାଚନ ସମୟରେ ଦଳ ପକ୍ଷରୁ ସେଠାରେ କାର୍ଯ୍ୟାଳୟ ଖୋଲାଯାଇଥିଲା। ପରେ ମାଲିକ କାହାକୁ ଘରଭଡ଼ା ଦେବେ ସେଥିପାଇଁ ଭାଜପା ଦାୟୀ ନୁହେଁ। ଏଭଳି ଅଭିଯୋଗ ସମ୍ପୂର୍ଣ୍ଣ ମୂଲ୍ୟହୀନ ବୋଲି ମହାପାତ୍ର କହିଛନ୍ତି।
ସୂଚନାଯୋଗ୍ୟ, ଗତ ଦଶହରା ସମୟରେ ଉକ୍ତ କାଫେରେ ଛାତ୍ରୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଜନ୍ମଦିନ ପାଳନ କରିଥିଲେ। ସେଠାରେ ଛାତ୍ରୀଙ୍କ ଅଜାଣତରେ ତାଙ୍କର ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିଥିଲେ ପୁରୁଷ ବନ୍ଧୁ। ଏଥିରେ ସହଯୋଗ କରିଥିଲେ କାଫେ ମାଲିକ। କାଫେ ମାଲିକ ଓ ପୁରୁଷ ବନ୍ଧୁଙ୍କ ସାଙ୍ଗମାନେ ପୀଡିତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକି ନେଇ ଉକ୍ତ ଭିଡିଓ ଦେଖାଇଥିଲେ। ଏହାପରେ ସେମାନେ ତାଙ୍କୁ ଗଣବଳାତ୍କାର କରିଥିଲେ। ଏହି ଘଟଣା ପୁରୀଘାଟ ଓ ବାରଙ୍ଗ ଥାନା ଅଞ୍ଚଳରେ ଘଟିଥିବାବେଳେ ପୀଡ଼ିତା ଛାତ୍ରୀ ଜଣକ ବାଦାମବାଡ଼ି ଥାନା ଅଞ୍ଚଳର ଏକ କଲେଜରେ ପଢୁଥିବାରୁ ସେ ଏଠାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?