ହରମୋହନ ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତ

ହାଟଡିହୀ,୩୧l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକ ବେତିରା ଗ୍ରାମର ହରମୋହନ ଶାସିନୀଙ୍କୁ ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତି ମିଳିଛି । କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଏନେଇ ପତ୍ର ମାଧ୍ୟମରେ ବିଭିନ୍ନ ବିଭାଗକୁ ଅବଗତ କରାଇଛନ୍ତି। ହରମୋହନଙ୍କୁ ନନ୍ଦିପଦା ଥାନା ଏବଂ ଆନନ୍ଦପୁର ଏଆର୍‌ସିଏସ୍‌ର ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତି ମିଳିଛି । ହରମୋହନ ଭାଜପାର ଜଣେ ସକ୍ରିୟ ଏବଂ ଦକ୍ଷ କର୍ମୀ ତଥା ନେତା ଭାବେ ଜଣାଶୁଣା ଅଟନ୍ତି । ବିଭିନ୍ନ ଜିଲା ସହ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗରେ ସେ ଦଳୀୟ ଦାୟିତ୍ୱ ମଧ୍ୟ ତୁଲାଇଛନ୍ତି । ହରମୋହନ ୨୦୦୩-୦୬ ପର୍ଯ୍ୟନ୍ତ ଭାଜପା ଯୁବ ମୋର୍ଚ୍ଚା ବ୍ଲକ ସଭାପତି,୨୦୦୭-୧୧ ପର୍ଯ୍ୟନ୍ତ ମରୈଗାଁ ସମବାୟ ସମିତି ସଭାପତି,୨୦୧୧-୧୪ ପର୍ଯ୍ୟନ୍ତ ବ୍ଲକ ଭାଜପା ସାଧାରଣ ସମ୍ପାଦକ,୨୦୧୪-୧୭ ପର୍ଯ୍ୟନ୍ତ ଭାଜପା ଜିଲା କାର୍ଯ୍ୟ ନିର୍ବାହୀ କମିଟି ମେମ୍ବର,୨୦୧୭-୧୯ ପର୍ଯ୍ୟନ୍ତ ମାହାଙ୍ଗା ବିଧାନସଭା କ୍ଷେତ୍ରର ପୂର୍ଣ୍ଣକାଳୀନ ବିସ୍ତାରକ,୨୦୨୦-୨୨ ପର୍ଯ୍ୟନ୍ତ କୃଷକ ମୋର୍ଚ୍ଚା ଜିଲା ସାଧାରଣ ସମ୍ପାଦକ,୨୦୨୨-୨୪ ପର୍ଯ୍ୟନ୍ତ ହାଟଡିହୀ ଭାଜପା ମଣ୍ଡଳ ସଭାପତି ଭାବେ ସୂଚାରୁ ରୂପେ କାର୍ଯ୍ୟ ନିର୍ବାହ କରି ଦଳୀୟ ସ୍ଥିତିକୁ ମଜଭୁତ କରିବାରେ ସକ୍ଷମ ହୋଇପାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ

ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ  ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ…

ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…

ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri