‘ହକିର ଗ୍ଲୋବାଲ ହବ୍‌ରେ ପରିଣତ ହୋଇଛି ଓଡ଼ିଶା’

ଭୁବନେଶ୍ୱର, ୧୧।୯ (ତପନ ସ୍ବାଇଁ): ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସଭାପତି ତୟାବ ଇକ୍ରାମ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏଠାରେ ସାକ୍ଷାତ କରିଛନ୍ତି। ବିଶ୍ୱ ହକିକୁ ଓଡ଼ିଶାର ଅବଦାନ ଏବଂ ରାଜ୍ୟରେ ହକିର ବିକାଶ ପାଇଁ ମିଳିତ ଉଦ୍ୟମ ସମ୍ପର୍କରେ ଏହି ସାକ୍ଷାତ ଅବସରରେ ଆଲୋଚନା ହୋଇଛି। କ୍ରୀଡ଼ା ସହ ଭିତ୍ତିଭୂମିର ଉନ୍ନତି ଏବଂ ଓଡ଼ିଶାରେ ଆଗାମୀ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଆୟୋଜନ ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ମହାସଚିବ ଭୋଳାନାଥ ସିଂ, କ୍ରୀଡ଼ା ସଚିବ ଭାସ୍କରଜ୍ୟୋତି ଶର୍ମା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।
ପୁରୁଷ ହକି ବିଶ୍ୱକପ ପରି ବଡ଼ ଟୁର୍ନାମେଣ୍ଟଗୁଡ଼ିକର ଆୟୋଜନ ସମୟରେ ଏଫ୍‌ଆଇଏଚ୍‌ର ଅକୁଣ୍ଠ ସହଯୋଗକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ। ”ସମ୍ମାନଜନକ ଟୁର୍ନାମେଣ୍ଟଗୁଡ଼ିକ ଆୟୋଜନ କରି ଓଡ଼ିଶା ହକିର ଏକ ଗ୍ଲୋବାଲ ହବ୍‌ରେ ପରିଣତ ହୋଇଛି। ଅମେ ଆସନ୍ତା ପ୍ରୋ ଲିଗ୍‌ ଆୟୋଜନକୁ ବ୍ୟଗ୍ରତାର ସହ ଅପେକ୍ଷା କରିଛୁ। ଏହା ବ୍ୟତୀତ ଏଫ୍‌ଆଇଏଚ୍‌ ସହଯୋଗରେ ରାଜ୍ୟରେ ଭବିଷ୍ୟତରେ ଆହୁରି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆୟୋଜନ ପାଇଁ ଆଶା ରଖିଛୁ“ ବୋଲି ଆଲୋଚନା ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। କ୍ରୀଡ଼ାକୁ ପ୍ରମୋଟ କରୁଥିବାରୁ ଏବଂ ତୃଣମୂଳ ସ୍ତରରେ କାର୍ଯ୍ୟକ୍ରମ ଆୟୋଜନ କରି ହକି ପ୍ରତିଭା ଅନ୍ବେଷଣ କରୁଥିବାରୁ ଇକ୍ରାମ ମଧ୍ୟ ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ଆଥ୍‌ଲେଟ୍‌ ଡେଭଲପ୍‌ମେଣ୍ଟ, ସ୍ପୋଟର୍‌ସ ସାଇନ୍ସ ଏବଂ ଖେଳାଳି ଓ କୋଚ୍‌ଙ୍କ ଫାଇଦା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେବା ଉପରେ ଆଲୋଚନା ହୋଇଥିଲା। ଉଭୟ ଓଡ଼ିଶା ଏବଂ ଦେଶରେ ମହିଳା ହକିକୁ ପ୍ରୋତ୍ସାହିତ କରିବା ଓ ମହିଳା ଆଥ୍‌ଲେଟ୍‌ଙ୍କ ସଶକ୍ତୀକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ଓଡ଼ିଶା ସହ ମିଶି ବିଶ୍ୱସ୍ତରରେ ହକିର ବିକାଶ ପାଇଁ ଏଫ୍‌ଆଇଏଚ୍‌ ପ୍ରତିଶ୍ରୁତିବଦ୍ଧ ବୋଲି ଇକ୍ରାମ ପ୍ରକାଶ କରିଛନ୍ତି।
ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଇକ୍ରାମଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନ ବନ୍ଦରରେ କ୍ରୀଡ଼ା ଓ ଯୁବସେବା ବିଭାଗ, ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଏବଂ ହକି ଇଣ୍ଡିଆର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?