‘୬ ମାସରେ ଓଡ଼ିଶା ଲକ୍ଷ୍ମୀଛଡ଼ା ହୋଇଗଲାଣି’

ଭୁବନେଶ୍ୱର,୬ା୧: ଦର୍‌ଦାମ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି। ଲୋୟର ପିଏମ୍‌ଜିଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦର ବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଜେଡି ଘେରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆୟୋଜିତ ଆନ୍ଦୋଳନରେ ବିଜେଡିର ନେତା ତଥା ବିଧାୟକ ଅରୁଣ ସାହୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅରୁଣ କହିଛନ୍ତି, ୬ ମାସରେ ଓଡ଼ିଶା ଲକ୍ଷ୍ମୀଛଡ଼ା ହୋଇଗଲାଣି। କେନ୍ଦ୍ର ସହଯୋଗରେ ଓଡ଼ିଶା ଆଜି ଲକ୍ଷ୍ମୀଛଡ଼ା। ଦର୍‌ଦାମ ବୃଦ୍ଧି ଘଟିଛି।

ଏହି ଆନ୍ଦୋଳନରେ ନିଜେ ବିଜେଡି ସୁପ୍ରିମୋ ନବୀନ ଆଗକୁ ଆସି ଭାଜପାକୁ କଡ଼ା କଥା ଶୁଣାଇଛନ୍ତି। ନବୀନ କହିଛନ୍ତି, ଦରଦାମ୍‌ ବଢ଼ି ବଢ଼ି ଚାଲିଛି, କିନ୍ତୁ କୌଣସି ଆକ୍ସନ ନିଆଯାଉନାହିଁ। ଡାଲି, ତେଲ ପରି ସବୁ ଅତ୍ୟାବଶ୍ୟକ ଜିନିଷ ଦର ଆକାଶଛୁଆଁ ହୋଇଛି। ବଜାର ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ ବୋଲି ନବୀନ କହିଛନ୍ତି।

ଏଥିସହିତ ସେ କହିଛନ୍ତି, ଡବଲ ଇଞ୍ଜିନ ସରକାର ଲୋକଙ୍କ ଉପରେ ଡବଲ ମାଡ଼କରୁଛନ୍ତି। ଯାହାଦ୍ୱାରା ସାଧାରଣ ଲୋକଙ୍କ ପାଇଁ ବଞ୍ଚିବା କଷ୍ଟକର ହୋଇଗଲାଣି। ଅଦିନିଆ ବର୍ଷା ପାଇଁ ପ୍ରତିଦିନ ଚାଷୀ ଆତ୍ମହତ୍ୟା କରୁଛି। ସବୁ ଜିନିଷରେ ଜିଏସ୍‌ଟି। ଭାଜପା ଶାସନକୁ
୭ ମାସ ହୋଇଗଲା, କେବଳ ଲମ୍ବା ଲମ୍ବା ଭାଷଣ ଆମେ ଶୁଣୁଛୁ। କାମରେ କିଛି ନାହିଁ ବୋଲି କହିଛନ୍ତି ନବୀନ।

ସେହିପରି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ଆଜି ବିଜୁ ଜନତା ଦଳର ଏହି ବିକ୍ଷୋଭ ଦେଖି ଭାଜପା ନେତାମାନେ ଘରକୋଣରେ ବସିଥିବେ। ଏହି ବିଶାଳ ଶୋଭାଯାତ୍ରା ଦେଖି ସେମାନଙ୍କ ଛାତିରେ ଛନକା ପଶିଛି। ଡବଲ ଇଞ୍ଜିନ ଅର୍ଥ ସବୁଥିରେ ଡବଲ। ଆଳୁ ପିଆଜ ଦରଠାରୁ ଆରମ୍ଭ କରି ସବୁ କିଛି ଡବଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ତାଳଚେର ଭାରତର ଦ୍ୱିତୀୟ ସର୍ବାଧିକ ପ୍ରଦୂଷିତ ସହର

ଭୁବନେଶ୍ୱର,୨୨।୧: କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଦ୍ୱାରା ବୁଧବାର ଓଡ଼ିଶାର ତାଳଚେର ସହରର ବାୟୁ ଗୁଣବତ୍ତା ‘ଅତ୍ୟନ୍ତ ଖରାପ’ ବୋଲି ବର୍ଣ୍ଣନା କରାଯାଇଛି। ସିପିସିବି...

ଦୁଇମାସ ହେଲା ଚାଉଳ ଯୋଗାଣ ବନ୍ଦ: ଅଙ୍ଗନବାଡି କେନ୍ଦ୍ରରୁ ଭୋକରେ ଫେରୁଛନ୍ତି ଶିଶୁ

ଲାଞ୍ଜିଗଡ,୨୨।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଥିବା ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡିକରେ ପ୍ରାୟ ଦୁଇମାସ ହେବ ଚାଉଳ ଯୋଗାଣ ବନ୍ଦ ଥିବା...

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା: ଏତିକି କୋଟି ଟଙ୍କାର ପ୍ରୋତ୍ସାହନ ରାଶି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧: ଓଡ଼ିଶାର ଭୁବନେଶ୍ବରରେ ଭାରତର ପ୍ରଥମ ସିଲିକନ୍ କାର୍ବାଇଡ୍ (ଏସ୍. ଆଇ. ସି.) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆର୍. ଆଇ. ଆର୍....

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍‌…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri