ଶିଳ୍ପପତିଙ୍କ ପସନ୍ଦ ପାଲଟିଛି ଓଡ଼ିଶା

ଭୁବନେଶ୍ୱର,୧୮ା୫(ବ୍ୟୁରୋ) : ଶିଳ୍ପପତିଙ୍କ ପ୍ରଥମ ପସନ୍ଦ ଓଡ଼ିଶା। ଦେଶ ହେଉ କି ବିଦେଶ, ନିବେଶ ପାଇଁ ଶିଳ୍ପପତି ଓଡ଼ିଶା ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଶିଳ୍ପପତିଙ୍କ ଭରସା ବଢ଼ାଇଛି। ପୁଞ୍ଜିନିବେଶ, ଜାତୀୟ ହାରକୁ ବହୁ ପଛରେ ପକାଇଛି ରାଜ୍ୟ। ଏକ ଘରୋଇ ସଂସ୍ଥା ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ ଇକୋନୋମି (ସିଏମ୍‌ଆଇ) ରିପୋର୍ଟ ଅନୁଯାୟୀ ୨୦୨୨-୨୩ ଆର୍ଥିକ ବର୍ଷରେ ଗୁଜରାଟ, ଆନ୍ଧ୍ର ପ୍ରଦେଶ, କର୍ନାଟକ, ତାମିଲନାଡୁ ଏବଂ ଉତ୍ତର ପ୍ରଦେଶକୁ ପଛରେ ପକାଇ ଓଡ଼ିଶା ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବାରେ ସଫଳ ହୋଇଛି। ମହାରାଷ୍ଟ୍ର ପଛକୁ ଓଡ଼ିଶା ପୁଞ୍ଜିନିବେଶ କ୍ଷେତ୍ରରେ ଦେଶରେ ଦ୍ୱିତୀୟ ସ୍ଥାନ ହାସଲ କରିଛି। ମହାରାଷ୍ଟ୍ର ୨୭.୬ ଲକ୍ଷ କୋଟି ପୁଞ୍ଜି ଆକୃଷ୍ଟ କରିଥିବା ବେଳେ ଓଡ଼ିଶା ୨୦.୧ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆକୃଷ୍ଟ କରିପାରିଛି। ସେହିପରି ଗୁଜରାଟ ୧୯.୪ ଲକ୍ଷ କୋଟି ଏବଂ ଆନ୍ଧ୍ର ପ୍ରଦେଶ ୧୭.୬ ଲକ୍ଷ କୋଟି ପୁଞ୍ଜିନିବେଶକୁ ଆକୃଷ୍ଟ କରିପାରିଛି। କରୋନା ସମୟରେ ଦେଶରେ ସର୍ବାଧିକ ନିବେଶ ଓଡ଼ିଶାକୁ ଆସିଥିଲା। ପୁଞ୍ଜିନିବେଶରେ ମହାରାଷ୍ଟ୍ରକୁ ପଛରେ ପକାଇ ୧ ନମ୍ବର ସ୍ଥାନ ହାସଲ କରିଥିଲା। ୨୦୨୦ ଆର୍ଥିକ ବର୍ଷରେ ମହାରାଷ୍ଟ୍ରରେ ଦେଶର ୧୬ ପ୍ରତିଶତ ନିବେଶ ହୋଇଥିବା ବେଳେ ଓଡ଼ିଶାକୁ ୧୮ ପ୍ରତିଶତ ମିଳିଥିଲା। ୨୦୨୩ ରିପୋର୍ଟରେ ଓଡ଼ିଶା ସାରା ଦେଶରେ ଦ୍ବିତୀୟ ସ୍ଥାନରେ ରହିଛି। ରାଜ୍ୟକୁ ୨୦.୧ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରତିଶ୍ରୁତି ମିଳିଛି। ପୁଞ୍ଜିନିବେଶରେ ଦେଶଠୁ ଓଡ଼ିଶା ଆଗରେ ରହିଛି। ଜାତୀୟ ହାର ୨୨ ପ୍ରତିଶତ ଥିବା ବେଳେ ଓଡ଼ିଶାରେ ୪୫ରୁ ୪୭ ପ୍ରତିଶତ ରହିଛି। ମେକ୍‌ ଇନ୍‌ ଓଡ଼ିଶା ୨୦୧୬ରେ ୮୪ ଶିଳ୍ପ ପାଇଁ ୨ ଲକ୍ଷ ୩୨ ହଜାର ୩୫ କୋଟିର ପୁଞ୍ଜିନିବେଶ ପ୍ରସ୍ତାବ ଆସିଥିବା ବେଳେ ୨୦୧୮ରେ ୨୦୨ଟି ଶିଳ୍ପ ପ୍ରସ୍ତାବ ଆସିଥିଲା। ଏଥିରେ ୪ ଲକ୍ଷ ୨୩ ହଜାର ୧୧୫ କୋଟିର ନିବେଶ ପ୍ରତିଶ୍ରୁତି ମିଳିଥିଲା। ମେକ୍‌ ଇନ୍‌ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ୧୦ ଲକ୍ଷ ୪୮ ହଜାର ୮୦୭ କୋଟି ନିବେଶ ପାଇଁ ପୁଞ୍ଜିପତି ଆଗେଇ ଆସିଥିଲେ। ଏସବୁ କାର୍ଯ୍ୟକାରୀ ହେଲେ ୧୦ ଲକ୍ଷ ୩୭ ହଜାର ୮୦୧ ନିଯୁକ୍ତି ସୃଷ୍ଟି ହେବ। ଡାଉନଷ୍ଟ୍ରିମ୍‌ ଇଣ୍ଡଷ୍ଟ୍ରି ପାଇଁ ମଧ୍ୟ ୩୬ଟି ଶିଳ୍ପ ସଂସ୍ଥା ସହ ଚୁକ୍ତି ହୋଇଛି। କେବଳ ଖଣିଜଭିତ୍ତିକ ଶିଳ୍ପ ନୁହେଁ କୃଷି, ବୟନ ଶିଳ୍ପ, ଆଇଟି ଓ ଆଇଟିଏସ୍‌, ପେଟ୍ରୋକେମିକାଲ ସେକ୍ଟରରେ ମଧ୍ୟ ପୁଞ୍ଜିନିବେଶରେ ଓଡ଼ିଶା ରେକର୍ଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri