ଓଡ଼ିଶାରେ ୪ କୋଟି କୋଭିଡ୍‌ ଡୋଜ୍‌

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): କୋଭିଡ ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା । ଏଯାବତ ରାଜ୍ୟରେ ୪ କୋଟି କୋଭିଡ ଟିକା ଦିଆଯାଇଛି। ଏନେଇ ରାଜ୍ୟ ସୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସେଥିପାଇଁ ସ୍ବାସ୍ଥ୍ୟ ବିଭାଗ ସମସ୍ତ କର୍ମଚାରୀ ଓ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛି ।

ଅପରପକ୍ଷେ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି, ଡିସେମ୍ବର ସୁଦ୍ଧା ପ୍ରଥମ ଡୋଜ ଟିକାକରଣ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ଅତିରିକ୍ତ ଟିକାକରଣ କେନ୍ଦ୍ର ଖୋଲାଯାଇଛି। ରାଜ୍ୟରେ ଏବେ ୨୪୦୦ କେନ୍ଦ୍ରରେ ଟିକାକରଣ କରାଯାଉଛି। ଯେଉଁ ଗାଁରେ ୧୦୦ରୁ ଅଧିକ ଟିକା ନେଇ ନ ଥିବା ଲୋକ ଅଛନ୍ତି, ସେଠାରେ କେନ୍ଦ୍ର ଖୋଲାଯାଇଛି ବୋଲି ସେ କହିଛନ୍ତି।

କହିରଖୁଛୁ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୦,୪୪,୯୬୨ ଜଣ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୦,୩୩,୬୫୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଥିବା ବେଳେ ୨,୮୮୪ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। କରୋନାରେ ୮,୩୭୩ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ପିଲାମାନେ କରୋନାରେ ଆକ୍ରାନ୍ତ ହେଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri