ଶିଳ୍ପ ବିକାଶ ପାଇଁ ଓଡ଼ିଶାରେ ରହିଛି ଅପାର ସୁଯୋଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୧: ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ବର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ବାଗତ କରିଥିଲେ। ଏହି କନକ୍ଲେଭ୍‌କୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ଶିଳ୍ପ ବିକାଶ ପାଇଁ ଏଠାରେ ଅପାର ସୁଯୋଗ ରହିଛି। ବିଦେଶ ଗସ୍ତ କରି ନିବେଶକଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ କରିଛି। ଏହାର ସୁଫଳ ଆଜି ମିଳିବାକୁ ଯାଉଛି। ସିଙ୍ଗିଲ ୱିଣ୍ଡୋ ମଞ୍ଜୁରୀ ଜରିଆରେ ପ୍ରତିବନ୍ଧକ ଦୂର କରିଛୁ। ମୁଁ ଆପଣଙ୍କୁ ପୁଞ୍ଜି ନିବେଶ ପାଇଁ ଆମନ୍ତ୍ରଣ କରୁଛି। ପ୍ରଧାନମନ୍ତ୍ରୀ ଭାରତକୁ ୩ୟ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର କରିବାକୁ ଚାହୁଁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନରେ ଆମେ ମଧ୍ୟ ସାମିଲ ହେବାକୁ ଯାଉଛୁ।

ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ, ପ୍ରତିନିଧି ଉପସ୍ଥିତ ଅଛନ୍ତି। କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ, କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ବ୍ୟବସାୟୀ ଉପସ୍ଥିତ ଅଛନ୍ତି।

ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି। ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

କନ୍‌କ୍ଲେଭରେ ୪ଟି ପ୍ଲେନାରି ଅଧିବେଶନ ଏବଂ ୧୬ଟି କ୍ଷେତ୍ରୀୟ ଅଧିବେଶନ ରହିବ। ସେମି କଣ୍ଡକ୍ଟର, ଗ୍ରୀନ୍‌ ଏନର୍ଜୀ, ପେଟ୍ରୋ କେମିକାଲ ଓ ଜାହାଜ ନିର୍ମାଣ ଉପରେ ଫୋକସ ଦିଆଯାଉଥିବା ମନ୍ତ୍ରୀ କହିଛନ୍ତି। ଭାଜପା ସରକାରରେ ଗତ ୭ ମାସରେ ୨ଲକ୍ଷ ୭୫ ହଜାର କୋଟିର ନିବେଶ ପାଇଁ ୧୫୯ଟି ଶିଳ୍ପ ସଂସ୍ଥାକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ଏଥିରେ ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri