ଶିଳ୍ପ ବିକାଶ ପାଇଁ ଓଡ଼ିଶାରେ ରହିଛି ଅପାର ସୁଯୋଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୧: ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ବର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ବାଗତ କରିଥିଲେ। ଏହି କନକ୍ଲେଭ୍‌କୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ଶିଳ୍ପ ବିକାଶ ପାଇଁ ଏଠାରେ ଅପାର ସୁଯୋଗ ରହିଛି। ବିଦେଶ ଗସ୍ତ କରି ନିବେଶକଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ କରିଛି। ଏହାର ସୁଫଳ ଆଜି ମିଳିବାକୁ ଯାଉଛି। ସିଙ୍ଗିଲ ୱିଣ୍ଡୋ ମଞ୍ଜୁରୀ ଜରିଆରେ ପ୍ରତିବନ୍ଧକ ଦୂର କରିଛୁ। ମୁଁ ଆପଣଙ୍କୁ ପୁଞ୍ଜି ନିବେଶ ପାଇଁ ଆମନ୍ତ୍ରଣ କରୁଛି। ପ୍ରଧାନମନ୍ତ୍ରୀ ଭାରତକୁ ୩ୟ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର କରିବାକୁ ଚାହୁଁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନରେ ଆମେ ମଧ୍ୟ ସାମିଲ ହେବାକୁ ଯାଉଛୁ।

ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ, ପ୍ରତିନିଧି ଉପସ୍ଥିତ ଅଛନ୍ତି। କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ, କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ବ୍ୟବସାୟୀ ଉପସ୍ଥିତ ଅଛନ୍ତି।

ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି। ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

କନ୍‌କ୍ଲେଭରେ ୪ଟି ପ୍ଲେନାରି ଅଧିବେଶନ ଏବଂ ୧୬ଟି କ୍ଷେତ୍ରୀୟ ଅଧିବେଶନ ରହିବ। ସେମି କଣ୍ଡକ୍ଟର, ଗ୍ରୀନ୍‌ ଏନର୍ଜୀ, ପେଟ୍ରୋ କେମିକାଲ ଓ ଜାହାଜ ନିର୍ମାଣ ଉପରେ ଫୋକସ ଦିଆଯାଉଥିବା ମନ୍ତ୍ରୀ କହିଛନ୍ତି। ଭାଜପା ସରକାରରେ ଗତ ୭ ମାସରେ ୨ଲକ୍ଷ ୭୫ ହଜାର କୋଟିର ନିବେଶ ପାଇଁ ୧୫୯ଟି ଶିଳ୍ପ ସଂସ୍ଥାକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ଏଥିରେ ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri