Posted inଜାତୀୟ

ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ଲାଗି ଓଡ଼ିଶା ଏଯାଏ ପ୍ରସ୍ତାବ ଦେଇନି: ରିଜିଜୁ

ନୂଆଦିଲ୍ଲୀ,୧୦ା୧୨: ଓଡ଼ିଶା ହାଇକୋର୍ଟର ବେଞ୍ଚ୍‌ ପ୍ରତିଷ୍ଠା ଲାଗି ରାଜ୍ୟ ସରକାର ଏପର୍ଯ୍ୟନ୍ତ ସବିଶେଷ ପ୍ରସ୍ତାବ ଦାଖଲ କରି ନ ଥିବା କେନ୍ଦ୍ର ଆଇନମନ୍ତ୍ରୀ କିରେନ ରିଜିଜୁ ଶୁକ୍ରବାର ଲୋକ ସଭାକୁ ସୂଚନା ଦେଇଛନ୍ତି। କଂଗ୍ରେସ ଏମ୍‌ପି ସପ୍ତଗିରି ଉଲାକାଙ୍କ ଏକ ଲିଖିତ ପ୍ରଶ୍ନ ଉପରେ ରିଜିଜୁ କହିଥିଲେ, ବିଭିନ୍ନ ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ପ୍ରତିଷ୍ଠା ଲାଗି ଭିନ୍ନ ଭିନ୍ନ ସଂଗଠନ ପକ୍ଷରୁ ଅନୁରୋଧ କରାଯାଇଆସୁଛି। ଓଡ଼ିଶା ସରକାର ମଧ୍ୟ ଅତୀତରେ ଏଥିପାଇଁ ଅନୁରୋଧ କରିଛନ୍ତି। ତେବେ ଏପର୍ଯ୍ୟନ୍ତ ସରକାରଙ୍କଠାରୁ ସମ୍ପୂର୍ଣ୍ଣ ପ୍ରସ୍ତାବ ମିଳିନାହିଁ।
ରିଜିଜୁ କହିଛନ୍ତି, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍‌ ସ୍ଥାପନ ଲାଗି ରାଜ୍ୟ ସରକାର ଅନୁରୋଧ କରିଥିଲେ। ହାଇକୋର୍ଟଙ୍କ ସହ ଆଲୋଚନା କରି ପ୍ରସ୍ତାବିତ ବେଞ୍ଚ୍‌ ପ୍ରତିଷ୍ଠା ସ୍ଥାନ ସମେତ ସବିଶେଷ ବିବରଣୀ ଦାଖଲ କରିବାକୁ କେନ୍ଦ୍ର ଓଡ଼ିଶା ସରକାରଙ୍କୁ ପରାମର୍ଶ ଦେଇଥିଲେ। ହେଲେ ଏପର୍ଯ୍ୟନ୍ତ ରାଜ୍ୟ ସରକାର କୌଣସି ଜବାବ ରଖି ନ ଥିବା ମନ୍ତ୍ରୀ କହିଛନ୍ତି। ଜଶଓ୍ବନ୍ତ ସିଂ କମିଶନଙ୍କ ସୁପାରିସ ଏବଂ ବାର୍‌ ଆସୋସିଏଶନଗୁଡ଼ିକର ମହାସଂଘର ପରାମର୍ଶକ୍ରମେ ସୁପ୍ରିମକୋର୍ଟ ରାୟ ଆଧାରରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ନିଷ୍ପତ୍ତି ନିଆଯାଇଥାଏ। ରାଜ୍ୟ ସରକାର ଆବଶ୍ୟକ ବ୍ୟୟ ଓ ଭିତ୍ତିଭୂମି ସୁବିଧା କରିଥାନ୍ତି। ଏଥିପାଇଁ ରାଜ୍ୟ ସରକାର ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସହ ପରାମର୍ଶ କରି ସବିଶେଷ ପ୍ରସ୍ତାବ ଦାଖଲ କରିବା ଆବଶ୍ୟକ। ଏହି ପ୍ରସ୍ତାବ ଉପରେ ରାଜ୍ୟପାଳଙ୍କ ସ୍ବୀକୃତି ଦରକାର ହୋଇଥାଏ। ଉଲ୍ଲେଖଯୋଗ୍ୟ, ପଶ୍ଚିମ ଓଡ଼ିଶାର ସମ୍ବଲପୁର ଏବଂ ଦକ୍ଷିଣ ଓଡ଼ିଶାର ବ୍ରହ୍ମପୁରଠାରେ ବେଞ୍ଚ୍‌ ପ୍ରତିଷ୍ଠା ଲାଗି ସମ୍ପୃକ୍ତ ଅଞ୍ଚଳର ଆଇନଜୀବୀମାନେ ଦାବି କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri